Skip to content
The Believer's Library

Indian Revised Version(IRV) Odia - 2021

Daniel 3 IRVOry

Show IRVOry only
Verse × ×
1 King Nebuchadnezzar made a gold statue, about ninety feet tall and nine feet wide, and set it up on the Dura plain in Babylon province. ରାଜା ନବୂଖଦ୍‍ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅ ହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା; ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସେ ତାହା ସ୍ଥାପନ କଲା।
2 King Nebuchadnezzar sent for the satraps, prefects, governors, counselors, treasurers, judges, magistrates, and all provincial officials to come to the dedication of the image he had set up. ତହିଁରେ ରାଜା ନବୂଖଦ୍‍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍‍ନିତ୍ସର ଲୋକ ପ୍ରେରଣ କଲା।
3 Then satraps, prefects, governors, counselors, treasurers, judges, magistrates, and all provincial officials gathered to dedicate the statue King Nebuchadnezzar set up, and stood before the statue Nebuchadnezzar set up. ତହିଁରେ କ୍ଷିତିପାଳମାନେ, ରାଜପ୍ରତିନିଧିମାନେ ଓ ଦେଶାଧ୍ୟକ୍ଷଗଣ, ବିଚାରକର୍ତ୍ତାଗଣ, କୋଷାଧ୍ୟକ୍ଷଗଣ, ବ୍ୟବସ୍ଥାପକଗଣ, ବେବର୍ତ୍ତାଗଣ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣ, ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ପ୍ରତିଷ୍ଠା କରିବା ପାଇଁ ଏକତ୍ର ହେଲେ, ଆଉ ସେମାନେ ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ।
4 Then the herald proclaimed loudly, "Peoples, nations, and languages—you are commanded: ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି,
5 When you hear the horn, flute, lyre, harp, zither, bagpipe, and all music, fall down and worship the gold image King Nebuchadnezzar set up. ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍‍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
6 Anyone who doesn't fall down and worship will immediately be thrown into a blazing fiery furnace." ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।”
7 As soon as all peoples heard the horn, flute, lyre, harp, zither, and every kind of music, all peoples, nations, and languages fell down and worshiped the golden image King Nebuchadnezzar had set up. ଏହେତୁରୁ ଯେତେବେଳେ ସମସ୍ତ ଲୋକ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁ ପ୍ରକାର ବାଦ୍ୟ ଶୁଣିଲେ, ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀୟ ବର୍ଗ ଓ ଭାଷାବାଦୀମାନେ ରାଜା ନବୂଖଦ୍‍ନିତ୍ସରର ସ୍ଥାପିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କଲେ।
8 At that time certain astrologers came forward and maliciously accused the Jews. ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।
9 They said to King Nebuchadnezzar, "King, may you live forever! ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।
10 You, king, decreed: whoever hears the horn, flute, lyre, harp, zither, bagpipe, and any music must fall down and worship the gold image, ହେ ମହାରାଜ, ଆପଣ ଆଜ୍ଞା କରିଅଛନ୍ତି ଯେ, ଯେକେହି ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେ ଉବୁଡ଼ ହୋଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ;
11 and whoever does not fall down and worship will be thrown into a blazing fiery furnace. ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ;
12 Some Jews you put in charge of Babylon province—Shadrach, Meshach, and Abednego—disregard you, king. They won't serve your gods or worship the gold statue you set up." ଏଠାରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ନାମକ କେତେକ ଯିହୁଦୀ ଲୋକ ଅଛନ୍ତି, ସେମାନଙ୍କୁ ଆପଣ ବାବିଲ ପ୍ରଦେଶର ରାଜକର୍ମରେ ନିଯୁକ୍ତ କରିଅଛନ୍ତି; ହେ ମହାରାଜ, ସେହି ଲୋକମାନେ ଆପଣଙ୍କୁ ମାନି ନାହାନ୍ତି; ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରନ୍ତି ନାହିଁ।”
13 Furious, Nebuchadnezzar ordered Shadrach, Meshach, and Abednego brought; they were brought before the king. ତହିଁରେ ନବୂଖଦ୍‍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
14 Nebuchadnezzar said, "Shadrach, Meshach, Abednego, is it true you don't serve my gods or worship the gold statue I set up? ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, “ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?
15 Now if you're ready—when horn, flute, lyre, harp, zither, bagpipe, and every kind of music sound, fall down and worship the image I made—good. But if you don't worship, you'll be thrown at once into a blazing fiery furnace. What god can rescue you from my hands?" ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”
16 Shadrach, Meshach, and Abednego answered the king, "Nebuchadnezzar, we don't need to answer you about this. ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ରାଜାକୁ ଉତ୍ତର କରି କହିଲେ, “ହେ ନବୂଖଦ୍‍ନିତ୍ସର, ଏହି ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ।
17 If our Father, whom we serve, can rescue us, he will rescue us from the blazing furnace and from your hand, king. ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
18 But if not, know this, king: we won't serve your gods or worship the gold statue you set up." ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”
19 Then Nebuchadnezzar, furious, his expression changed toward Shadrach, Meshach, and Abednego; he ordered the furnace heated seven times hotter than normal. ଏଥିରେ ନବୂଖଦ୍‍ନିତ୍ସର କୋପରେ ପରିପୂର୍ଣ୍ଣ ହେଲା ଓ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପ୍ରତିକୂଳରେ ତାହାର ମୁଖ ବିକଟାକାର ହେଲା। ଏଥିପାଇଁ ଅଗ୍ନିକୁଣ୍ଡକୁ ସାଧାରଣ ପରିମାଣ ଅପେକ୍ଷା ସାତ ଗୁଣ ଉତ୍ତପ୍ତ କରିବା ପାଇଁ ସେ ଆଜ୍ଞା ଦେଲା।
20 He ordered some of his strongest soldiers to bind Shadrach, Meshach, and Abednego and throw them into the blazing furnace. ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।
21 So these men, tied up in cloaks, trousers, turbans, and other garments, were thrown into the blazing fiery furnace. ତହୁଁ ସେହି ପୁରୁଷମାନେ ଆପଣା ଆପଣା ପାୟଜାମା, ଅଙ୍ଗରଖା, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ସମେତ ବନ୍ଧାଯାଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ନିକ୍ଷିପ୍ତ ହେଲେ।
22 Because of the king's harsh order and furnace's extreme heat, the fire's flame killed the men who lifted up Shadrach, Meshach, and Abednego. ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।
23 These three men—Shadrach, Meshach, and Abednego—fell bound into the blazing furnace. ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।
24 Then King Nebuchadnezzar, astonished, rose in haste. He asked his advisers, "Didn't we throw three bound men into the fire?" They answered the king, "True, king." ଏଥିରେ ରାଜା ନବୂଖଦ୍‍ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲା। ସେ ଆପଣା ମନ୍ତ୍ରୀମାନଙ୍କୁ କହିଲା, “ଆମ୍ଭେମାନେ କି ତିନି ଲୋକଙ୍କୁ ବାନ୍ଧି ଅଗ୍ନି ମଧ୍ୟରେ ପକାଇ ନ ଥିଲୁ?” ସେମାନେ ରାଜାକୁ ଉତ୍ତର କରି କହିଲେ, “ସତ୍ୟ ମହାରାଜ।”
25 He said, "Look—I see four men, unbound, walking in the middle of the fire, unharmed; the fourth looks like a son of the gods." ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।”
26 Nebuchadnezzar went to the blazing furnace's door and said, "Shadrach, Meshach, and Abednego, servants of the Most High God, come out here!" Shadrach, Meshach, and Abednego came out of the fire. ସେତେବେଳେ ନବୂଖଦ୍‍ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ଡର ମୁଖ ନିକଟକୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଦାସ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ ବାହାର ହୋଇ ଏଠାକୁ ଆସ। ତହିଁରେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ ଅଗ୍ନି ମଧ୍ୟରୁ ବାହାର ହୋଇ ଆସିଲେ।”
27 The satraps, prefects, governors, and king's counselors gathered and saw fire had no power over these men's bodies—hair not singed, robes unharmed, no smell of fire on them. ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
28 Nebuchadnezzar said, "Blessed be the God of Shadrach, Meshach, and Abednego! He sent his angel and rescued his trusting servants. They defied the king's command and were willing to die rather than serve or worship any god but their own God. ନବୂଖଦ୍‍ନିତ୍ସର କହିଲା, “ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
29 I decree: any people, nation, or language that speaks anything against the God of Shadrach, Meshach, and Abednego will be cut to pieces, their houses turned to rubble—since no other god can rescue like this." ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”
30 Then the king promoted Shadrach, Meshach, and Abednego in the province of Babylon. ଏଥିରେ ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ବାବିଲ ପ୍ରଦେଶରେ ପଦ ବୃଦ୍ଧି କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]