1King Belshazzar held a great feast for 1,000 nobles, drinking wine in the presence of the 1,000.IRVOryରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
2While tasting the wine, Belshazzar ordered in the gold and silver vessels his father Nebuchadnezzar took from Jerusalem's temple, for the king, his nobles, wives, and concubines to drink from.IRVOryପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
3Then they brought the gold vessels taken from the temple, our Father's house in Jerusalem; the king, his nobles, wives, and concubines drank from them.IRVOryତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
4They drank the wine and praised the gods of gold, silver, bronze, iron, wood, and stone.IRVOryସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
5Just then a human hand's fingers appeared and wrote on the plaster of the king's palace wall opposite the lampstand, and the king watched the hand writing.IRVOryସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
6The king's face changed color, his thoughts terrified him, his hips gave way, and his knees knocked.IRVOryତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
7The king shouted for the enchanters, astrologers, and fortune-tellers, telling Babylon's wise men, "Whoever reads this writing and tells me what it means will wear purple, a gold chain on his neck, and rule third in the kingdom."IRVOryରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
8Then all the king's wise men came in, but none could read the writing or tell him its meaning.IRVOryତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
9So King Belshazzar grew even more terrified, his face paler still, and his nobles were bewildered.IRVOryତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
10At the king's and his nobles' words, the queen entered the banquet hall, saying, "King, live forever! Don't let your thoughts terrify you or your face turn pale.IRVOryଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।
11A man in your kingdom has the spirit of the holy gods. In your father's days he showed insight, understanding, and wisdom like the gods' wisdom. King Nebuchadnezzar your father—your father the king—made him chief of magicians, enchanters, astrologers, and fortune-tellers,IRVOryଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
12because extraordinary spirit, knowledge, and understanding—interpreting dreams, explaining riddles, untying knots—were found in this Daniel, whom the king named Belteshazzar. Now call Daniel; he will interpret."IRVOryକାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
13Daniel was brought before the king, who asked, "Are you Daniel, one of the Judean exiles my father the king brought from Judah?IRVOryତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
14I heard the spirit of the gods is in you—light, understanding, and rare wisdom found in you.IRVOryମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
15The wise men and enchanters were brought before me to read this writing and tell me its meaning, but couldn't.IRVOryବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
16I've heard you can interpret and untie knots. If you read this writing and tell me its meaning, you'll wear purple, a gold chain on your neck, and rule third in the kingdom."IRVOryମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
17Daniel answered the king, "Keep your gifts; give your rewards to another. Still, I will read the king the writing and tell him its meaning.IRVOryସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
18Your Majesty, the Most High our Father gave your father Nebuchadnezzar the kingdom, greatness, glory, and majesty.IRVOryହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
19Because of the greatness he gave him, all peoples, nations, and languages trembled and feared before him. He killed whom he wished, let live whom he wished, raised whom he wished, humbled whom he wished.IRVOryଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
20When his heart grew proud and his spirit hardened into arrogance, he was deposed from his royal throne and his glory taken away.IRVOryମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
21He was driven from people, his mind made like an animal's; he lived with wild donkeys, was fed grass like an ox, and the dew of heaven soaked him—until he knew the Most High our Father rules the kingdom of men and sets over it whomever he chooses.IRVOryପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
22But you, Belshazzar his son, have not humbled your heart, though you knew all this.IRVOryଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
23Instead, you lifted yourself against heaven's Sovereign. You had his house's vessels brought before you, and you, your nobles, wives, and concubines drank wine from them. You praised gods of silver, gold, bronze, iron, wood, and stone—gods that cannot see, hear, or know anything. But the One holding your breath in his hand, who owns all your ways—our Father—you have not honored.IRVOryମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
24Therefore he sent the hand that wrote this inscription.IRVOryଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
25This is the writing that was inscribed: MENE, MENE, TEKEL, PARSIN.IRVOryପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
26This is what it means: MENE—our Father counted your kingdom's days and ended it.IRVOryଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
27TEKEL—you have been weighed on the scales and found wanting.IRVOryତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
28PERES—your kingdom has been divided and given to the Medes and Persians."IRVOryପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
29Then Belshazzar gave the order, and they clothed Daniel in purple, put a gold chain on his neck, and proclaimed him third ruler in the kingdom.IRVOryସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
30That very night Belshazzar, king of the Babylonians, was killed.IRVOryସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା।
31And Darius the Mede received the kingdom, being about sixty-two years old.IRVOryପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]