Skip to content
The Believer's Library

Indian Revised Version(IRV) Odia - 2021

Daniel 6 IRVOry

Show IRVOry only
Verse × ×
1 Darius appointed 120 satraps over the kingdom, stationed throughout the whole kingdom, ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
2 and three officials over them, one of them Daniel, so the satraps would answer to them and the king lose nothing. ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।
3 Daniel outshone the administrators and satraps, because an extraordinary spirit was in him, and the king planned to set him over the whole kingdom. ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।
4 Administrators and satraps sought grounds to charge Daniel over the kingdom, but found none—no corruption—since he was faithful; no negligence or corruption was found in him. ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।
5 Then these men said, "We'll find no charge against Daniel unless we find one in his God's law." ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”
6 So the administrators and satraps went together to the king and said, "King Darius, live forever! ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।
7 All the kingdom's administrators, prefects, satraps, counselors, and governors agreed the king should issue a royal statute and firm decree: whoever petitions any god or man but you, king, for thirty days, will be thrown into the lions' den. ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
8 Now, king, issue the decree and sign it in writing, unalterable, under the law of the Medes and Persians, which cannot be revoked. ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
9 So King Darius signed the document and the ordinance." ଏଣୁ ରାଜା ଦାରୀୟାବସ ସେହି ଲେଖା ଓ ନିଷେଧ-ବିଧିରେ ସ୍ୱାକ୍ଷର କଲା।
10 Learning the decree was signed, Daniel went home to his upstairs room, windows open toward Jerusalem, knelt three times daily, and prayed, giving thanks before his Father as always. ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
11 Then these men came together and found Daniel praying and pleading for mercy before his Father. ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।
12 They approached the king about the decree: "Did you not sign a decree that for thirty days, anyone petitioning any god or man except you, king, would be thrown into the lions' den?" The king answered, "The matter stands, by the law of the Medes and Persians, unchangeable." ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”
13 They told the king, "Daniel, one of Judah's exiles, ignores you, king, and your signed decree—praying three times daily." ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”
14 Hearing this, the king was deeply troubled, determined to save Daniel, and worked until sunset to rescue him. ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।
15 Then these men gathered before the king and said, "Know, king: by law of the Medes and Persians, no decree or edict the king issues can be changed." ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”
16 Then the king gave the command, and they brought Daniel and threw him into the lions' den. The king said to Daniel, "May your God, whom you serve continually, rescue you." ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”
17 A stone was brought, placed over the den's mouth, and sealed by the king with his signet ring and his nobles' rings, so nothing about Daniel could change. ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।
18 Then the king went to his palace and fasted that night; no entertainment was brought before him, and sleep fled from him. ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
19 Then, at the first light of dawn, the king rose and hurried to the den of lions. ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।
20 Nearing the den, he cried out to Daniel anxiously. The king said to Daniel, "Daniel, servant of the living God, has your God, whom you serve continually, been able to rescue you from the lions?" ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”
21 Then Daniel said to the king, "King, may you live forever! ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”
22 My Father sent his angel and shut the lions' mouths. They haven't harmed me, because I was found innocent before him, and before you, king, I've done no wrong." ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
23 The king was overjoyed and ordered Daniel lifted from the den. Daniel was lifted out with no injury at all, for he had trusted in his Father. ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
24 The king ordered the men who had falsely accused Daniel brought and thrown into the lions' den—with their children and wives. Before they reached the bottom, the lions overpowered them and crushed all their bones. ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
25 Then King Darius wrote to all peoples, nations, and languages living on earth: "May your peace overflow! ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
26 I decree: in all my kingdom, people must tremble and fear before Daniel's God—the living God, enduring forever. His kingdom will never be destroyed; his rule never ends. ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
27 He rescues and delivers; he works signs and wonders in the heavens and on the earth; he is the one who rescued Daniel from the power of the lions." ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
28 So this Daniel thrived in the reign of Darius and of Cyrus the Persian. ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍‍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]