Skip to content
The Believer's Library

Indian Revised Version(IRV) Odia - 2021

Deuteronomy 2 IRVOry

Show IRVOry only
Verse × ×
1 Then we turned and traveled toward the wilderness by way of the Red Sea, as our Father told me, and circled Mount Seir for many days. ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
2 Then our Father said to me, ତହୁଁ ସଦାପ୍ରଭୁ ମୋତେ କହିଲେ,
3 "You have gone around this hill country long enough. Turn northward. “ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
4 Command the people: You are crossing the territory of your brothers, Esau's descendants, who live in Seir. They will fear you—be very careful. ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
5 Do not provoke them; I will not give you any of their land, not even a footstep's width, since I have given Mount Seir to Esau as his possession. ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
6 Buy food from them for silver to eat, and also buy water from them for silver to drink. ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।
7 "For your Father has blessed you in all the work of your hands. He has known your journey through this great wilderness. These forty years your Father has been with you; you have lacked nothing." କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
8 So we passed by our brothers, the descendants of Esau who live in Seir, away from the Arabah road that comes up from Elath and Ezion-geber. Then we turned and went on toward the wilderness of Moab. ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍‍ ଓ ଇତ୍‍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।
9 And our Father said to me, "Do not harass Moab or provoke them to battle, for I will not give you any of their land as a possession, since I have given Ar to Lot's descendants as a possession." ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”
10 (The Emim formerly lived there, a large and powerful people, as tall as the Anakim. (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
11 Like the Anakim, they too are counted as Rephaim, but the Moabites call them Emim. ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।
12 Horites once lived in Seir, but Esau's descendants drove out and destroyed them, settling in their place—just as Israel did in the land our Father gave them.). ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
13 Now get moving and cross the Wadi Zered." So we crossed the Wadi Zered. “ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।
14 From Kadesh-barnea to crossing the Wadi Zered took thirty-eight years, until the whole generation of fighting men had died out of the camp, as our Father had sworn to them. କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
15 Indeed, the hand of our Father was against them, rooting them out from the camp until they perished. କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।
16 So when all the fighting men had finally perished and died from among the people, ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ
17 our Father said to me, ସଦାପ୍ରଭୁ ମୋତେ କହିଲେ,
18 "Today you are to cross the boundary of Moab at Ar. “ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;
19 When you come near the Ammonites, do not attack or provoke them, for I will not give you any of their land as a possession—I gave it to Lot's descendants as their possession." ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”
20 (That too counts as Rephaim land—Rephaim lived there before, though Ammonites call them Zamzummim, (ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
21 a large and powerful people, tall as the Anakim. But our Father destroyed them before the Ammonites, who drove them out and settled in their place, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
22 as he did for Esau's descendants living in Seir, when he destroyed the Horites before them; they drove them out and settled in their place, remaining to this day. ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍‍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
23 The Avvim lived in villages as far as Gaza; Caphtorim, who came from Caphtor, destroyed them and settled in their place.). ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
24 "Set out and cross the Wadi Arnon. Look, I have given Sihon the Amorite, king of Heshbon, and his land into your hand. Begin to take possession—engage him in battle. “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
25 Today I will begin putting dread and fear of you on every people under heaven. They will hear the report of you, tremble, and writhe in anguish because of you." ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
26 I sent messengers from the wilderness of Kedemoth to Sihon king of Heshbon with words of peace, saying, ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
27 "Let me pass through your land. I will stay only on the road, turning aside neither right nor left. “ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
28 Sell me food for money to eat, give me water for money to drink—only let me pass through on foot, ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
29 as Esau's descendants who live in Seir and the Moabites who live in Ar did for me, until I cross the Jordan into the land our Father is giving us." ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ଆମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେପର୍ଯ୍ୟନ୍ତ ସେହି ଦେଶରେ ଉପସ୍ଥିତ ନ ହେଉ, ସେପର୍ଯ୍ୟନ୍ତ ତୁମ୍ଭେ ରୂପା ନେଇ ମୋତେ ଭୋଜନର ଅନ୍ନ ଦିଅ ଓ ରୂପା ନେଇ ପିଇବାର ଜଳ ଦିଅ ମୁଁ କେବଳ ଆପଣା ପାଦ ଦେଇ ପାର ହୋଇଯିବି।”
30 But Sihon king of Heshbon refused to let us pass, for our Father hardened his spirit and stiffened his heart, to hand him over to you, as he has done this day. ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
31 And our Father said to me, "Look, I've begun giving you Sihon and his land. Begin now taking possession—possess his land." ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
32 Then Sihon came out against us, he and all his people, to fight at Jahaz. ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
33 And our Father gave him to us, and we struck him down, his sons, and all his people. ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
34 At that time we captured all his cities and completely destroyed every city—men, women, children—leaving no survivor. ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
35 We plundered only the livestock for ourselves, plus the spoil of the cities we captured. କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ।
36 From Aroer on the Wadi Arnon's edge, and from the town in the valley, to Gilead, no town was too strong for us; Our Father gave them all to us. ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
37 But you did not go near the Ammonites' land, all along the banks of the Wadi Jabbok and the hill country's towns, just as our Father commanded us. କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]