Skip to content
The Believer's Library

Indian Revised Version(IRV) Odia - 2021

Deuteronomy 3 IRVOry

Show IRVOry only
Verse × ×
1 We turned and took the road to Bashan, and Og king of Bashan, with all his people, came out to fight us at Edrei. ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
2 And our Father told me, "Don't fear him, for I've given him, all his people, and his land to you; do to him as you did to Sihon king of the Amorites, who lived at Heshbon." ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”
3 So our Father also gave us Og king of Bashan and all his people, and we struck them down, leaving no survivor. ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
4 At that time we captured all his cities—all sixty, none untaken—the whole region of Argob, Og's kingdom in Bashan. ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।
5 All these were cities fortified with high walls and barred gates, besides a great many unwalled villages. ସେହି ସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
6 We devoted them to destruction, as with Sihon king of Heshbon, devoting to destruction every city—its men, women, and children. ଆମ୍ଭେମାନେ ହିଷ୍‍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
7 But all the livestock and the plunder of the cities we took as spoil for ourselves. ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
8 So at that time we took the land from these two Amorite kings across the Jordan, from the Arnon Valley to Mount Hermon. ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
9 (the Sidonians call Hermon Sirion, while the Amorites call it Senir), (ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।
10 all plateau cities, all Gilead, all Bashan to Salecah and Edrei—Og's kingdom cities in Bashan. ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
11 (Only Og king of Bashan was left of the Rephaim's remnant. His bed was an iron bed; isn't it in Rabbah of the Ammonites? It was about thirteen and a half feet long and six feet wide.). (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
12 This land we took then: from Aroer on the Arnon Valley's edge, plus half the Gilead hill country and its cities, I gave to the Reubenites and Gadites. ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
13 I gave the rest of Gilead and all Bashan—Og's kingdom—to the half-tribe of Manasseh: the whole region of Argob. (All that part of Bashan was called the land of the Rephaim. ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
14 Jair son of Manasseh took the whole region of Argob to the Geshurite and Maacathite border, and named Bashan after himself, Havvoth-jair, to this day.). ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।
15 And to Machir I gave Gilead. ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
16 To the Reubenites and Gadites I gave from Gilead to the Arnon Valley—its middle the border—to the Jabbok River, the Ammonites' border. ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;
17 Also the Arabah, the Jordan its border, from Chinnereth to the Sea of the Arabah (the Dead Sea), below Pisgah's slopes, eastward. ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
18 At that time I ordered you: "Your Father gave you this land to possess; all your fighting men must cross armed ahead of your brothers, the Israelites. ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
19 Only your wives, children, and livestock—I know you have much livestock—stay in the cities I gave you, ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହି ସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
20 until our Father gives your brothers rest as he has you, and they too take the land your Father is giving them beyond the Jordan. Then each of you returns to the possession I gave you." ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”
21 I commanded Joshua then: "Your own eyes saw all your Father did to these two kings. Your Father will do so to all the kingdoms you're crossing into. ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
22 Don't be afraid of them, for your Father himself fights for you." ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
23 And I pleaded with our Father at that time, saying, ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
24 "My Sovereign Father, you've begun showing your servant your greatness and strong hand. What god in heaven or earth can do deeds and mighty acts like yours? “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
25 Please let me cross over and see the good land beyond the Jordan, this good highland, and Lebanon." ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
26 But our Father was angry with me because of you and would not listen to me; our Father said to me, "Enough! Don't speak to me about this again. ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
27 Climb Pisgah's summit, raise your eyes west, north, south, and east, and see with your own eyes, for you won't cross this Jordan. ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
28 But commission Joshua, encourage and strengthen him, for he will cross ahead of this people and give them the land you will see as their inheritance." ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”
29 So we remained in the valley opposite Beth-peor. ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]