1Listen, heavens, and I will speak; let the earth hear the words of my mouth.IRVOryହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
2May my teaching fall like rain, my speech settle like dew, like gentle showers upon the tender grass, and like rain upon the growing plants.IRVOryମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
3For I will proclaim the name of our Father; ascribe greatness to our Father!IRVOryକାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
4The Rock—our Father—his work is perfect, for all his ways are justice. Our Father is faithful and does no wrong; just and upright is he.IRVOryସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
5They have acted corruptly toward him; they are no longer his children, but a blemish—a crooked and twisted generation.IRVOryସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
6Is this how you repay our Father, you foolish and senseless people? Is he not your Father, who created you, who made you and established you?IRVOryହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
7Remember the days of old; consider the years of generation after generation. Ask your father, and he will tell you, your elders, and they will explain.IRVOryପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
8When the Most High, our Father, gave the nations their inheritance, when he divided humanity, he fixed the borders of the peoples according to the number of the sons of Israel.IRVOryସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
9For our Father's portion is his people, Jacob his allotted heritage.IRVOryକାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
10He found him in a desert land, in the howling waste of the wilderness; he encircled him, he cared for him, he guarded him as the apple of his eye.IRVOryସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
11Like an eagle that stirs up its nest, that hovers over its young, he spread out his wings and caught them, carrying them on his wings.IRVOryଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
12Our Father alone guided him, and there was no foreign god with him.IRVOryସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।
13He set him atop the heights of the land, and he ate the produce of the field; he nourished him with honey from the rock, and oil from the flinty crag.IRVOryସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;
14Curds from the herd and milk from the flock, with the fat of lambs, rams of Bashan and goats, with the finest of the wheat—and you drank the foaming wine of the blood of grapes.IRVOryତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।
15But Jeshurun grew fat and kicked—you grew fat, bloated, and sleek—then he abandoned our Father who made him and scorned the Rock of his salvation.IRVOryମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
16They stirred him to jealousy with foreign gods; they provoked him to anger with abominations.IRVOryସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
17They sacrificed to demons that were not God, to gods they had never known, new gods who had only recently appeared, whom your fathers had never dreaded.IRVOryଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।
18You neglected the Rock who fathered you, and you forgot our Father who gave you birth.IRVOryଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।
19Our Father saw it and spurned them, because of the provocation of his sons and his daughters.IRVOryସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
20And he said, "I will hide my face from them; I will see what becomes of them, for they are a perverse generation, children in whom there is no faithfulness.IRVOryଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
21"They made me jealous with what is no god; they provoked me to anger with their worthless idols. So I will make them jealous with those who are no people; I will provoke them to anger with a foolish nation.IRVOryଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
22For my anger has kindled a fire that burns to the depths of the grave; it devours the earth and its produce and sets ablaze the foundations of the mountains.IRVOryକାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
23I will heap disasters upon them; I will exhaust my arrows against them.IRVOryଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
24Wasted by hunger, consumed by burning plague and bitter destruction; I will send the teeth of beasts against them, with the venom of things that crawl in the dust.IRVOryସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।
25Outside, the sword will bring death, and inside, terror—for young man and young woman alike, the nursing infant with the gray-haired elder.IRVOryବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
26I would have said, 'I will cut them to pieces; I will blot out their memory from among mankind,'IRVOryଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
27had I not feared the taunt of the enemy, for fear their adversaries would misjudge and say, 'Our own hand has triumphed; it was not God who did all this.'IRVOryତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
28For they are a nation without wisdom, and there is no understanding in them.IRVOryଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
29If only they were wise, they would understand this; they would see their final fate.IRVOryଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
30How could one chase 1,000, and two put 10,000 to flight, unless their Rock had sold them, and our Father had given them up?IRVOryଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
31For their rock is not like our Rock; even our enemies concede it.IRVOryକାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
32For their vine comes from the vine of Sodom and from the fields of Gomorrah; their grapes are grapes of poison, their clusters are bitter.IRVOryକାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;
33Their wine is the venom of serpents, the cruel poison of cobras.IRVOryସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।
34"Is this not stored up with me, sealed within my treasuries?IRVOryଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ?
35Justice and recompense are mine, for the time when their foot will slip; for the day of their calamity is near, and their doom rushes upon them.IRVOryସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”
36For our Father will vindicate his people and have compassion on his servants, when he sees that their strength is gone and no one remains, neither slave nor free.IRVOryଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
37Then he will say, 'Where are their gods, the rock in which they took refuge,IRVOryପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ?
38who ate the fat of their sacrifices and drank the wine of their drink offering? Let them rise and help you; let them be your shelter!'IRVOryଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
39Look—I myself am he, and there is no god beside me. I put to death and I give life; I wound and I heal, and no one can deliver from my hand.IRVOryଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
40For I lift my hand to heaven and declare: As surely as I live forever,IRVOryକାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
41when I sharpen my flashing sword and my hand grasps judgment, I will bring justice on my adversaries and repay those who hate me.IRVOryତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
42I will make my arrows drunk with blood, and my sword will devour flesh—with the blood of the slain and the captives, from the long-haired heads of the enemy."IRVOryଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”
43Rejoice, nations, with his people, for he will avenge the blood of his children and bring justice on his adversaries; he will make atonement for his land and his people.IRVOryହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
44Moses came and spoke all the words of this song to the people, he and Joshua son of Nun.IRVOryଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
45And when Moses had finished speaking all these words to all Israel,IRVOryପୁଣି, ମୋଶା ସମସ୍ତ ଇସ୍ରାଏଲଙ୍କ ନିକଟରେ ଏହି ସମସ୍ତ କଥା ସମାପ୍ତ କରି ସେମାନଙ୍କୁ କହିଲେ;
46he told them, "Set your heart to all these words I testify to you today, that you command your children to keep and do all the words of this law.IRVOry“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
47This is no empty word for you—it is your life. Through this word you will live long in the land you are crossing the Jordan to possess."IRVOryଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।
48That very day our Father spoke to Moses, saying,IRVOryଆହୁରି ସଦାପ୍ରଭୁ ସେହି ଦିନ ମୋଶାଙ୍କୁ କହିଲେ,
49"Go up this Abarim mountain, Mount Nebo, in Moab facing Jericho, and view Canaan, which I'm giving Israel's people as their possession.IRVOry“ତୁମ୍ଭେ ଏହି ଅବାରୀମ୍ ପର୍ବତ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ମୋୟାବ ଦେଶୀୟ ନବୋ ପର୍ବତ ଉପରକୁ ଯାଅ, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଅଧିକାରାର୍ଥେ ଯେଉଁ ଦେଶ ଦେଉଅଛୁ, ସେହି କିଣାନ ଦେଶ ଦେଖ।
50Then die on the mountain you are climbing, and be gathered to your people, as Aaron your brother died on Mount Hor and was gathered to his people,IRVOryଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।
51because you broke faith with me among the Israelites at the waters of Meribah-kadesh in the Wilderness of Zin, because you did not treat me as holy among the Israelites.IRVOryଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।
52For you will see the land from a distance, but not enter it—the land I'm giving Israel's people."IRVOryତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app. Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]