Skip to content
The Believer's Library

Indian Revised Version(IRV) Odia - 2021

Deuteronomy 4 IRVOry

Show IRVOry only
Verse × ×
1 Now, Israel, listen to the statutes and rules I am teaching you to follow, so you may live and go take possession of the land your Father, the God of your ancestors, is giving you. ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।
2 Do not add to the word I command you, or take from it, so you keep the commandments of your Father that I command you. ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।
3 Your own eyes saw what your Father did at Baal-peor: he destroyed from among you every man who followed the Baal of Peor. ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।
4 But you who held fast to your Father, the LORD, are all alive today. ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।
5 See, I taught you statutes and rules, as your Father commanded me, to do them in the land you are entering to possess. ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।
6 Keep and do them; this is your wisdom and understanding before the nations, who will hear all these decrees and say, 'This great nation is truly a wise and understanding people.' ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, “ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।”
7 What great nation has a god as near to it as your Father is to us whenever we call on him? ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?
8 What great nation has statutes and rules as just as all this law I set before you today? ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?
9 Only be careful and watch yourself closely, so you do not forget what your eyes have seen, and they do not leave your heart all your days. Make them known to your children and your children's children. କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।
10 Remember the day you stood before your Father at Horeb, when he told me, "Gather the people to me, and I will let them hear my words, so they learn to fear me all the days they live on the earth, and teach their children." ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”
11 You came near and stood at the mountain's foot while it burned with fire to the heart of heaven—wrapped in darkness, cloud, and deep gloom. ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।
12 Your Father spoke to you from within the fire. You heard the sound of words but saw no form—only a voice. ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”
13 He declared his covenant to you, commanding you to keep it—the Ten Words—and wrote them on two stone tablets. ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
14 And your Father commanded me then to teach you statutes and rules to follow in the land you are crossing to possess. ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।
15 So watch yourselves very carefully, since you saw no form the day your Father spoke to you at Horeb from the fire, ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
16 be careful not to act corruptly by making a carved image for yourselves, in the form of any figure, the likeness of male or female, (ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,
17 the likeness of any animal on the earth, the likeness of any winged bird that flies in the sky, କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,
18 the likeness of anything that creeps on the ground, of any fish in the water below the earth. କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।
19 And do not lift your eyes to the heavens and, seeing the sun, moon, and stars—all the host of heaven—be drawn away to bow to them and serve them, which your Father allotted to all peoples under the whole heaven. କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
20 Your Father took you and brought you out of Egypt, the iron furnace, to be his own people, his inheritance, as you are today. ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
21 Now your Father was angry with me because of you and swore I would not cross the Jordan or enter the good land your Father is giving you to inherit. ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
22 I must die in this land; I will not cross the Jordan. But you are crossing to take that good land. ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
23 Be careful not to forget the covenant your Father made with you, and make a carved image in the form of anything your Father has forbidden you. ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
24 For your Father is a consuming fire, a jealous Father. କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।
25 When you have children and grandchildren and have grown old in the land, if you act wickedly by making a carved image in the form of anything, and do what is evil in your Father's sight, provoking him to anger, ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
26 today I call heaven and earth to witness against you: you'll soon perish completely from the land you cross the Jordan to possess. Your days there will be few; you'll be totally wiped out. ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।
27 Your Father will scatter you among the peoples, and you will be left few in number among the nations where your Father drives you. ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।
28 There you will serve gods of wood and stone, the work of human hands, that cannot see, hear, eat, or smell. ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।
29 But from there you will seek your Father and find him, if you search for him with all your heart and soul. ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
30 When you are in distress and all these things come upon you in later days, you will return to your Father and obey his voice. ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।
31 Your Father is a merciful Father; he will not abandon you, destroy you, or forget the covenant he swore to your ancestors. ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।
32 Look back over the days long past, since our Father created humanity on the earth, and ask from one end of heaven to the other: has anything this great ever happened or been heard of? ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?
33 Has any people heard a god's voice speaking from within fire, as you have, and lived? ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?
34 Or has any god dared to take a nation out of another nation for himself, by trials, signs, wonders, war, a mighty hand, an outstretched arm, and great terrors, according to all that your Father did for you in Egypt before your eyes? କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
35 It was shown to you, so you would know our Father is the Father; there is no other besides him. ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
36 From heaven he made you hear his voice to discipline you; on earth he showed you his great fire, and you heard his words from within the fire. ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
37 Because he loved your ancestors and chose their descendants after them, he brought you out of Egypt himself, by his great power, ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
38 driving out before you nations greater and stronger than you, to bring you in and give you their land as an inheritance, as it is today. ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
39 Know today, and take it to heart, that our Father is the Father in heaven above and on the earth below; there is no other. ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
40 Keep his statutes and commandments, which I command you today, so it goes well with you and your children after you, and you live long in the land your Father gives you for all time. ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।
41 Then Moses set apart three cities in the region beyond the Jordan toward the sunrise, ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।
42 so anyone who killed his neighbor unintentionally, without having hated him before, could flee to one of these cities and live: ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
43 Bezer in the wilderness on the plateau for the Reubenites, Ramoth in Gilead for the Gadites, and Golan in Bashan for the Manassites. ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।
44 This is the law that Moses set before the people of Israel. ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
45 These are the testimonies, statutes, and rules Moses spoke to Israel when they came out of Egypt. ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।
46 East of the Jordan, in the valley opposite Beth-peor, in the land of Sihon the Amorite king who lived in Heshbon, whom Moses and Israel defeated after leaving Egypt. କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,
47 They took possession of his land and the land of Og king of Bashan, the two Amorite kings who lived beyond the Jordan toward the sunrise, ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,
48 from Aroer on the edge of the Arnon Valley to Mount Sion (that is, Hermon), ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
49 with all the Arabah beyond the Jordan eastward, to the Sea of the Arabah, below the slopes of Pisgah. ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]