Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 1 IRVOry

Show IRVOry only
Verse × ×
1 The words of the Teacher, son of David, king in Jerusalem. ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।
2 "Utterly fleeting," says the Teacher, "utterly fleeting! Everything is fleeting." ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।”
3 What does a person gain from all the labor at which they toil under the sun? ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ?
4 A generation goes, and a generation comes, but the earth remains forever. ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
5 The sun rises and the sun sets, and hurries back to the place where it rises. ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
6 The wind blows to the south and turns to the north; round and round it goes, ever returning on its circuits. ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୂରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
7 All the streams run to the sea, yet the sea is never full; the streams return to their source and flow again. ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
8 All things are wearisome, more than anyone can express; the eye is not satisfied with seeing, nor the ear filled with hearing. ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
9 What has been is what will be, and what has been done is what will be done; there is nothing new under the sun. ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
10 Is there anything anyone can point to and say, "Look, this is new"? It was already here, in the ages before us. ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
11 There is no remembrance of those who came before, and even those yet to come will not be remembered by those who follow them. ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।
12 I, the Teacher, was king over Israel in Jerusalem. ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
13 I gave my heart to seek and explore by wisdom all that is done under heaven—a miserable task God has given mankind to struggle with. ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
14 I saw all the deeds done under the sun, and look—it is all fleeting, a chasing after wind. ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
15 What is crooked cannot be made straight, and what is lacking cannot be counted. ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
16 I told myself, "Look, I have grown great and gained more wisdom than all who ruled Jerusalem before me; my heart has seen much wisdom and knowledge." ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
17 I set my mind to know wisdom, and madness and foolishness; I learned this too is a chasing after the wind. ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
18 For with much wisdom comes much grief, and the more knowledge, the more sorrow. କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]