Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 10 IRVOry

Show IRVOry only
Verse × ×
1 Dead flies make the perfumer's oil stink and ferment; so a little foolishness outweighs wisdom and honor. ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
2 The heart of the wise inclines to his right, but the heart of a fool to his left. ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
3 Even when the fool walks along the road, he lacks sense, and he shows everyone that he is a fool. ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
4 If the ruler's anger rises against you, do not leave your post, for calmness lays great offenses to rest. ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
5 There is an evil I have seen under the sun, the kind of error that comes from a ruler: ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
6 foolishness is set in many high places, while the rich sit in low positions. ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
7 I have seen slaves on horseback, and princes walking on foot like slaves. ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
8 Whoever digs a pit may fall into it, and whoever breaks through a wall may be bitten by a snake. ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
9 Whoever quarries stones may be hurt by them, and whoever splits logs is endangered by them. ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
10 If the axe is dull and its edge is not sharpened, you have to use more strength; but wisdom brings success. ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
11 If the snake bites before it is charmed, the charmer gains nothing. ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
12 A wise man's words bring him favor, but the lips of a fool consume him. ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
13 The beginning of his words is foolishness, and the end of his talk is wicked madness. ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
14 Yet the fool keeps on talking. No one knows what is coming, and who can tell anyone what will happen after him? ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?
15 Fools wear themselves out with their work, for they do not even know the way to town. ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
16 Woe to you, land, when your king is a child and your princes feast in the morning. ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
17 Blessed are you, land, when your king is the son of nobles and your princes feast at the proper time—for strength, and not for drunkenness. ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!
18 Through laziness the rafters sag, and through idle hands the house leaks. ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
19 Bread is made for laughter, and wine gladdens life, and money answers everything. ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।
20 Do not curse the king even in your thoughts, and do not curse the rich even in your bedroom, for a bird of the sky may carry your words, and a winged creature may report what you say. ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]