Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 12 IRVOry

Show IRVOry only
Verse × ×
1 Remember your Creator in the days of your youth, before the days of trouble come and the years draw near of which you will say, "I find no pleasure in them," ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
2 before the sun and the light and the moon and the stars grow dark, and the clouds return after the rain; ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3 on the day when the house's guardians tremble, and the strong men stoop, and the grinding women fall idle because so few remain, and those peering through the windows go dark; ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
4 when the doors on the street are shut and the sound of the grinding grows faint; when one rises at the sound of a bird, and all the daughters of song are brought low; ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5 when they are afraid of heights, and terrors lie in the road; when the almond tree blossoms, and the grasshopper drags itself along, and desire fails—because man goes to his eternal home, and the mourners go about the streets; ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6 before the silver cord is snapped, or the golden bowl is shattered, or the pitcher is broken at the spring, or the wheel is broken at the well, ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7 and the dust returns to the earth as it was, and the spirit returns to God who gave it. ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
8 "Utterly fleeting," says the Teacher. "Everything is fleeting." ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।
9 The Teacher was wise, and also taught people knowledge—weighing, searching, arranging many proverbs. ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10 The Teacher sought to find pleasing words, and what he wrote was upright and true. ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11 Wise sayings are like goads; collected proverbs, like firmly driven nails—given by one Shepherd. ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12 Beyond these, my son, be warned: making many books has no end, and much study wears out the body. ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
13 End of the matter, all heard: fear God, keep his commands—this is a person's whole duty. ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
14 For God will bring every deed into judgment, including every hidden thing, whether good or evil. ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]