Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 3 IRVOry

Show IRVOry only
Verse × ×
1 For everything there is a season, and a time for every matter under heaven: ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
2 a time to be born, and a time to die; a time to plant, and a time to uproot what is planted; ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
3 a time to kill, and a time to heal; a time to tear down, and a time to build up; ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
4 a time to weep, and a time to laugh; a time to mourn, and a time to dance; ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
5 a time to throw away stones, and a time to gather stones together; a time to embrace, and a time to refrain from embracing; ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
6 a time to seek, and a time to lose; a time to keep, and a time to throw away; ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
7 a time to tear, and a time to sew; a time to be silent, and a time to speak; ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
8 a time to love, and a time to hate; a time for war, and a time for peace. ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
9 What gain has the worker from his toil? କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ?
10 I have seen the task that God has given people to keep them busy. ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
11 He made everything beautiful in its time, and set eternity in the human heart—yet no one can grasp what God has done from start to end. ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
12 I know nothing is better for them than to enjoy life and do good while they live. ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
13 Also, that everyone eat, drink, and find satisfaction in all their work—this is God's gift. ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
14 I know all God does lasts forever; nothing can be added, nothing removed. He has done it so people will fear before him. ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
15 What is has already been, and what will be has already been; and God seeks out what was driven away. ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
16 I also saw under the sun: evil in the place of judgment, and evil in the place of righteousness. ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
17 I said in my heart: "God will judge the righteous and the wicked, for there's a time for every matter and every deed, there." ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
18 I said in my heart: "God tests people, so that they may see they're just animals." ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
19 Humans and animals share one fate: one dies as the other dies; both have the same breath. Humans have no advantage over animals—all is vapor. କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
20 All go to one place; all came from the dust, and all return to the dust. ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
21 Who knows whether the human spirit goes up, and whether the animal's spirit goes down to the earth? ମନୁଷ୍ୟର ଆତ୍ମା ଊର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?
22 So I saw nothing is better than a person rejoicing in their work, since that is their lot. For who can show them what comes after them? ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]