Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 4 IRVOry

Show IRVOry only
Verse × ×
1 Again I looked and saw all the oppression under the sun: the oppressed were in tears, with no one to comfort them; their oppressors held the power, and still no comforter. ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
2 So I declared the dead, who had already died, happier than the living, who are still alive. ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
3 Better than both is the one not yet born, who hasn't seen the evil done under the sun. ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
4 I saw all labor and skill come from one neighbor's envy of another. This too is fleeting, a chasing after wind. ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
5 The fool folds his hands and ruins himself. ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।
6 Better one handful with tranquility than two handfuls with toil and a chasing after the wind. ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
7 Again I saw something fleeting under the sun: ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
8 A man alone, no companion, no son or brother; his labor has no end, yet his eyes never fill with wealth. "For whom am I working," he asks, "denying myself good?" This too is a breath—a bad task. କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
9 Two are better than one, because they have a good return for their labor: ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
10 If one falls, the other lifts him up. But pity the one who falls alone, with no one to help him up. ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11 Also, if two lie down together, they will keep warm. But how can one keep warm alone? ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
12 One alone can be overpowered; two can resist. A cord of three strands is not quickly broken. ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
13 Better a poor, wise youth than an old, foolish king who no longer knows to take warning. ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14 The youth may have come from prison to reign, or he may have been born poor within that same kingdom. କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।
15 I saw all the living who move about under the sun following the youth, the king's successor. ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
16 Countless were all the people who came before him. Yet those who came later were not pleased with him. This too is fleeting, a chasing after wind. ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]