Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 5 IRVOry

Show IRVOry only
Verse × ×
1 Guard your steps entering the house of God. Draw near to listen, not to offer fools' sacrifice—they don't know they're doing evil. ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।
2 Don't rush your mouth, and don't let your heart hurry to speak before God—God is in heaven, you're on earth, so keep your words few. ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
3 For a dream comes from too much activity, and a fool's voice from too many words. କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।
4 When you vow a vow to God, don't delay paying it—he has no delight in fools. Pay what you vow. ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
5 It is better not to vow than to vow and not fulfill it. ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।
6 Don't let your mouth make you sin, or tell the messenger it was a mistake. Why should God be angry at your voice and destroy your handiwork? ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?
7 For in many dreams and many words there is fleeting vapor. Therefore fear God. କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।
8 If you see the poor oppressed, and justice and righteousness violated in a province, don't be surprised—one official is watched by a higher one, and higher ones stand over them. ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
9 Yet the profit of the land is for everyone; even the king is served by the field. ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।
10 Whoever loves money never has enough; whoever loves wealth never has enough income. This too is fleeting. ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
11 As wealth grows, so do those who consume it—what gain for its owner but watching it with his eyes? ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?
12 A worker's sleep is sweet, whether he eats little or much; the rich man's abundance won't let him sleep. ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।
13 I have seen a sickening evil under the sun: wealth kept by its owner, to his harm. ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;
14 That wealth was lost in a bad venture, and when he fathered a son he had nothing left to leave him. ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
15 As he came from his mother's womb, naked he returns, going as he came, taking nothing from his labor to carry in his hand. ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।
16 This too is a bitter evil: just as he came, so he goes. What does he gain from toiling for wind? ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?
17 All his days he eats in darkness, with much frustration, sickness, and anger. ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।
18 This I have seen: it is good and fitting to eat, drink, and see good in all the labor one labors at under the sun through the few days of life God gives—for that is one's lot. ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
19 Also, when God gives someone wealth, possessions, and power to enjoy them, to accept their portion and find joy in their labor—that is God's gift. ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
20 He will seldom recall the days of his life, since God keeps him busy with the joy of his heart. ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]