Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 6 IRVOry

Show IRVOry only
Verse × ×
1 There is an evil I have seen under the sun, and it weighs heavily on humanity: ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;
2 A man God gives wealth, riches, and honor, lacking nothing his soul desires—yet God doesn't let him eat from it; a stranger eats it instead. This is fleeting, a miserable sickness. ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।
3 If a man fathers one hundred children and lives many years—however long his life—but his soul isn't satisfied with good things, and he isn't even buried, I say a stillborn child is better off than he is. ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;
4 It comes in vapor and goes into darkness; darkness covers its name. କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;
5 Though it never saw the sun or knew anything, it has more rest than that man. ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6 Even if he lives 1,000 years twice over without ever enjoying good, don't all go to the same place? ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?
7 All a person's toil is for his mouth, yet his appetite is never satisfied. ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8 What advantage has the wise over the fool? What does the poor person gain by knowing how to conduct himself before others? ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
9 Better the sight of eyes than desire's wandering. This too is fleeting, a chasing after the wind. ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
10 Whatever exists was already named, and what man is, is known; and he cannot dispute with one stronger than himself. ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।
11 The more words, the more fleeting it all becomes, and how does that profit anyone? ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?
12 For who knows what is good for a person in the few days of their fleeting life, passed like a shadow? For who can tell them what will happen after them under the sun? କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]