Skip to content
The Believer's Library

Indian Revised Version(IRV) Odia - 2021

Ecclesiastes 9 IRVOry

Show IRVOry only
Verse × ×
1 I set my heart to examine all this: the righteous, the wise, and their deeds are in God's hand. Whether love or hatred, no one knows—everything lies ahead of them. ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
2 The same happens to everyone: one fate for the righteous and the wicked, the good, the clean and unclean, the one who sacrifices and the one who doesn't. As with the good, so with the sinner; the one who swears an oath, like the one afraid to swear. ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।
3 This is the evil in all done under the sun: one fate for all. Human hearts are full of evil, madness fills their hearts while they live—then they go to the dead. ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।
4 Whoever lives still has hope: a living dog is better than a dead lion. କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
5 For the living know they will die, but the dead know nothing; they have no more reward, for their memory is forgotten. ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
6 Their love, their hatred, their envy have already perished; they will never again share in anything done under the sun. ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
7 Go, eat your bread with joy, drink your wine with a glad heart, for God has already approved your deeds. ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
8 Let your garments always be white, and let your head never lack oil. ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
9 Enjoy life with the wife you love, all the fleeting days of life God has given you under the sun—all your fleeting days—for that is your portion in life and in the toil you labor at under the sun. ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
10 Whatever your hand finds to do, do it with your strength, for there's no work or plan or knowledge or wisdom in the grave, where you're going. ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।
11 Again I saw under the sun: the race is not to the swift, nor the battle to the strong, nor bread to the wise, nor riches to the discerning, nor favor to the skilled—time and chance happen to them all. ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
12 No one knows their time: like fish caught in an evil net, like birds caught in a snare, people are trapped in an evil time that falls on them suddenly. କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।
13 I have also seen this example of wisdom under the sun, and it seemed great to me: ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;
14 A small city with few people: a great king came against it, surrounded it, and built great siegeworks against it. ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।
15 A poor wise man was found in it who saved the city by his wisdom, yet no one remembered that poor man. ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
16 I said, "Wisdom is better than strength," yet the poor man's wisdom is despised, and his words are unheard. ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”
17 The quiet words of the wise are heard better than the shouting of a ruler among fools. ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
18 Wisdom is better than weapons of war, but one sinner destroys much good. ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]