Skip to content
The Believer's Library

Indian Revised Version(IRV) Odia - 2021

Esther 1 IRVOry

Show IRVOry only
Verse × ×
1 This happened in the days of Xerxes—the Xerxes who reigned from India to Cush over 127 provinces, ଅକ୍ଷଶ୍ୱେରଶ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲେ।
2 in those days, when King Xerxes sat on his royal throne in the citadel of Susa, ଏହି ଅକ୍ଷଶ୍ୱେରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,
3 in his third year as king he gave a feast for all his officials and servants. The army of Persia and Media, the nobles, and provincial officials were assembled before him, ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
4 for 180 days he displayed his kingdom's rich glory and his greatness's splendid honor. ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
5 When these days ended, the king gave a seven-day feast for everyone in the Susa fortress, great and small, in the courtyard of the palace garden. ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
6 White cotton and blue hangings held with fine linen and purple cords to silver rings on marble pillars; gold and silver couches on a mosaic of porphyry, marble, mother-of-pearl, and colored stone. ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
7 Drinks were served in gold goblets, each different, and royal wine flowed freely by the king's generosity. ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
8 Drinking followed a rule: no compulsion—the king had ordered every household official to grant each man his own wish. ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
9 Queen Vashti also gave a banquet for the women in the royal palace of King Xerxes. ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
10 On the seventh day, when wine had made the king merry, he ordered Mehuman, Biztha, Harbona, Bigtha, Abagtha, Zethar, and Carkas, King Xerxes's seven eunuchs, ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
11 to bring Queen Vashti before the king in the royal crown, to show the peoples and officials her beauty, for she was beautiful. ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
12 But Queen Vashti refused to come at the king's command through the eunuchs; he grew furious, anger blazing in him. ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
13 The king then spoke to the wise men who knew the times—for it was the king's custom to bring any matter before all skilled in law and judgment. ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
14 Next to him: Carshena, Shethar, Admatha, Tarshish, Meres, Marsena, Memucan—Persia and Media's seven officials who saw the king's face, ranking highest in the kingdom. ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
15 "By law, what's due Queen Vashti for disobeying King Xerxes's command, sent through the eunuchs?" (ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
16 Memucan told the king and officials, "Queen Vashti wronged not only the king, but all officials, all peoples, in all provinces of King Xerxes. ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
17 The queen's act will reach all women, making them despise their husbands in their eyes: 'King Xerxes summoned Queen Vashti, and she did not come.' କାରଣ ରାଣୀଙ୍କ ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପି ଯିବ, ‘ଆଉ ଅକ୍ଷଶ୍ୱେରଶ ରାଜା ବଷ୍ଟୀ ରାଣୀଙ୍କୁ ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲେ ନାହିଁ;’ ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।
18 Today the noblewomen of Persia and Media who heard the queen's conduct will say the same to all the king's officials—no end of contempt and rage. ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
19 If it pleases the king, let him issue a royal decree, written into the laws of Persia and Media, beyond repeal, that Vashti never again come before King Xerxes, and let the king give her royal position to another woman better than she. ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
20 When the king's decree spreads through his vast kingdom, all wives will honor their husbands, great and small." ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
21 This advice pleased the king and the officials, and the king did just as Memucan proposed. ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।
22 He sent letters to all the royal provinces, to every province in its own script, every people in its own language: each man is to rule his household and speak his own people's language. ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]