Skip to content
The Believer's Library

Indian Revised Version(IRV) Odia - 2021

Esther 2 IRVOry

Show IRVOry only
Verse × ×
1 Later, when King Xerxes' anger cooled, he remembered Vashti, what she had done, and what was decreed against her. ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।
2 The king's attendants said, "Let beautiful young virgins be sought for the king. ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।
3 The king should appoint officers in every province of his kingdom to gather every beautiful young virgin to the fortress of Susa, to the harem under Hegai, the king's eunuch guarding the women, and give them beauty treatments. ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,
4 Let the young woman who pleases the king reign in Vashti's place." This pleased the king, and he did so. ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।
5 In the fortress of Susa lived a Jew named Mordecai, son of Jair, son of Shimei, son of Kish, a Benjaminite, ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।
6 exiled from Jerusalem among the captives taken with Judah's king Jeconiah, whom Babylon's king Nebuchadnezzar carried away. ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।
7 He was raising Hadassah—Esther—his uncle's daughter, who had no father or mother. The young woman was beautiful in form and lovely to see; when her father and mother died, Mordecai took her as his own daughter. ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।
8 When the king's command and decree were heard and many young women gathered to Susa's fortress under Hegai's care, Esther too was taken to the king's palace, under Hegai's care, keeper of the women. ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।
9 The young woman pleased him and won his favor, so he quickly gave her beauty treatments and food portions, seven select young women from the king's palace, and moved her and her maids to the best of the harem. ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।
10 Esther had not revealed her people or family, because Mordecai told her not to. ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।
11 Every day Mordecai walked back and forth in front of the harem courtyard to learn how Esther was and what happened to her. ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।
12 Each young woman's turn to go to King Xerxes came after twelve months of required beauty treatment: six months with oil of myrrh, six with perfumes and cosmetics. ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
13 Each young woman went to the king this way: whatever she asked was given her to take from the harem to the king's palace. ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।
14 She went in at evening; at morning she returned to a second harem under Shaashgaz, the king's eunuch keeping the concubines. She would not return to the king unless he delighted in her and called her by name. ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।
15 When Esther's turn came—daughter of Abihail, Mordecai's uncle, who had adopted her as his own—to go to the king, she requested nothing except what Hegai, the king's eunuch guarding the women, advised. Esther won favor with all who saw her. ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।
16 Esther was taken to King Xerxes in his royal palace in the tenth month, Tebeth, in the seventh year of his reign. ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
17 The king loved Esther more than all the women; she won his favor and approval above all the virgins. So he set the royal crown on her head and made her queen instead of Vashti. ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।
18 The king held a great banquet for all his officials and servants—Esther's banquet. He proclaimed a holiday in the provinces and gave gifts with royal generosity. ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
19 Now when the virgins were gathered a second time, Mordecai was sitting at the king's gate. କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
20 Esther had not revealed her people or family, as Mordecai directed; she obeyed him just as when he raised her. ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।
21 In those days, as Mordecai sat at the king's gate, Bigthan and Teresh, two royal eunuchs guarding the doorway, grew angry and plotted to kill King Xerxes. ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।
22 But Mordecai learned of the plot and told Queen Esther, who reported it to the king in Mordecai's name. ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।
23 The matter was investigated, confirmed true, and both men were impaled on a pole. It was recorded in the book of chronicles before the king. ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]