Skip to content
The Believer's Library

Indian Revised Version(IRV) Odia - 2021

Esther 3 IRVOry

Show IRVOry only
Verse × ×
1 After this King Xerxes promoted Haman son of Hammedatha the Agagite, elevating him and raising his seat above all the officials with him. ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
2 All the king's servants at the king's gate knelt and bowed to Haman, as the king ordered. But Mordecai would not kneel or bow. ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
3 So the king's servants at the king's gate asked Mordecai, "Why do you disobey the king's command?" ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
4 Day after day they urged him, but he refused; so they told Haman, to see if Mordecai's stand would hold, since he had told them he was a Jew. ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍‍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
5 When Haman saw that Mordecai would not kneel or bow to him, he was filled with rage. ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
6 Killing only Mordecai seemed beneath him, since they had told him who Mordecai's people were; so Haman sought to destroy all Mordecai's people, the Jews, throughout Xerxes's kingdom. ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
7 In the first month, Nisan, in King Xerxes's twelfth year, they cast Pur (the lot) before Haman for each day and each month; and the lot fell on the twelfth month, Adar. ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।
8 Haman told King Xerxes, "A certain people is scattered and dispersed among the peoples throughout your kingdom's provinces. Their laws differ from everyone's, and they ignore the king's laws; it profits the king nothing to tolerate them. ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
9 If it pleases the king, let it be written to destroy them; I'll weigh 375 tons of silver to his officials for the royal treasury." ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
10 The king took off his signet ring and gave it to Haman son of Hammedatha the Agagite, enemy of the Jews. ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।
11 "The silver is yours," the king told Haman, "and the people too—do with them as you please." “ପୁଣି, ରାଜା ହାମନ୍‍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
12 On the first month's thirteenth day the king's scribes were summoned, and Haman's order was written to the king's satraps, the governors over each province, and the officials of every people—each province in its own script, each people its own language. Written in King Xerxes's name, sealed with his signet ring. ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍‍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
13 Couriers carried letters to all the king's provinces: destroy, kill, and eliminate all Jews—young and old, women and children—in one day, thirteenth of the twelfth month, Adar, and seize their goods. ପୁଣି, ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
14 A copy was to be issued as law in every province, shown to all peoples, so they would be ready for that day. ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
15 At the king's command couriers rushed out, and the decree went out in the fortress of Susa. The king and Haman sat drinking, but the city of Susa was bewildered. ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]