Skip to content
The Believer's Library

Indian Revised Version(IRV) Odia - 2021

Exodus 1 IRVOry

Show IRVOry only
Verse × ×
1 These are the names of Israel's sons who came to Egypt with Jacob, each with his household: ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;
2 Reuben, Simeon, Levi, and Judah, ରୁବେନ୍‍, ଶିମୀୟୋନ, ଲେବୀ ଓ ଯିହୁଦା;
3 Issachar, Zebulun, and Benjamin, ଇଷାଖର, ସବୂଲୂନ ଓ ବିନ୍ୟାମୀନ୍;
4 Dan and Naphtali, Gad and Asher. ଦାନ୍ ଓ ନପ୍ତାଲି; ଗାଦ୍‍ ଓ ଆଶେର।
5 All who descended from Jacob were seventy people; Joseph was already in Egypt. ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।
6 Then Joseph died, and all his brothers, and all that generation. ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।
7 But Israel's people were fruitful, swarmed, multiplied, and grew immensely strong, till the land was filled with them. ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।
8 Now a new king came to power in Egypt, who did not know Joseph. ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।
9 He said to his people, "Look, the Israelites are more numerous and powerful than we are. ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।
10 Come, let's deal shrewdly with them, or they'll multiply, and if war comes, they'll join our enemies, fight us, and leave the land." ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”
11 So they set taskmasters over them to crush them with forced labor, building Pharaoh's supply cities: Pithom and Rameses. ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।
12 But the more the Egyptians oppressed them, the more the Israelites multiplied and spread out, until the Egyptians dreaded Israel's people. ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।
13 So the Egyptians ruthlessly made the people of Israel work as slaves. ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
14 They made their lives bitter with hard labor in mortar and brick and all kinds of field work. In all their harsh labor the Egyptians worked them ruthlessly. ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
15 Then the king of Egypt said to the Hebrew midwives, one named Shiphrah and the other Puah, ଏଥିଉତ୍ତାରେ ମିସରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,
16 "When you assist the Hebrew women in childbirth, watch at the birthstool: if it's a son, kill him; but if a daughter, let her live." “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
17 But the midwives feared our Heavenly Father and did not do as Egypt's king commanded them; they let the boys live. ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।
18 So the king of Egypt called the midwives and said to them, "Why have you done this, letting the boys live?" ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”
19 The midwives told Pharaoh, "Hebrew women aren't like Egyptian women—they're vigorous, giving birth before the midwife arrives." ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”
20 So our Father was good to the midwives, and the people multiplied and grew very strong. ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।
21 And because the midwives feared our Father, he gave them households of their own. ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
22 Then Pharaoh commanded all his people, "Throw every son born to the Hebrews into the Nile, but let every daughter live." ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]