Skip to content
The Believer's Library

Indian Revised Version(IRV) Odia - 2021

Exodus 17 IRVOry

Show IRVOry only
Verse × ×
1 All Israel's community left the Wilderness of Sin, journeying stage by stage as our Father commanded, and camped at Rephidim—but there was no water for the people to drink. ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
2 The people argued with Moses: "Give us water to drink." Moses replied, "Why argue with me? Why test our Father?" ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”
3 The people were thirsty there for water and grumbled against Moses, saying, "Why did you bring us up from Egypt to kill us and our children and our livestock with thirst?" ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”
4 Moses cried out to our Father, "What should I do with this people? They're about to stone me." ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
5 Our Father said to Moses, "Go ahead of the people. Take some elders of Israel with you, and take in your hand the staff you struck the Nile with, then go. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।
6 I will stand there before you on the rock at Horeb. Strike the rock, and water will come out of it for the people to drink." Moses did so as Israel's elders watched. ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
7 He named the place Massah and Meribah, because the people of Israel quarreled and tested our Father, asking, "Is our Father among us or not?" ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”
8 Then Amalek came and fought against Israel at Rephidim. ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
9 Moses said to Joshua, "Choose men for us, and go out to fight Amalek. Tomorrow I will stand on the hilltop with our Father's staff in my hand." ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
10 Joshua did as Moses said and fought Amalek; Moses, Aaron, and Hur went up to the hilltop. ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
11 Now whenever Moses held up his hand, Israel prevailed; but whenever he lowered his hand, Amalek prevailed. ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
12 Moses' hands grew heavy, so they set a stone under him and he sat on it, while Aaron and Hur supported his hands, one on each side, so they stayed steady until sunset. ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
13 And Joshua overwhelmed Amalek and his people with the edge of the sword. ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
14 Our Father told Moses, "Write this in a book as a reminder, and recite it aloud to Joshua: I will completely erase Amalek's memory from under heaven." ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
15 Moses built an altar and named it "Our Father Is My Banner," ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।
16 and he said, "For a hand is on the throne of our Father: He will war against Amalek generation after generation." ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]