Skip to content
The Believer's Library

Indian Revised Version(IRV) Odia - 2021

Exodus 2 IRVOry

Show IRVOry only
Verse × ×
1 Now a man from the house of Levi went and married a daughter of Levi. ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।
2 The woman conceived and bore a son; seeing he was healthy, she hid him three months. ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲା; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନି ମାସ ଯାଏ ଗୋପନରେ ରଖିଲା।
3 Unable to hide him longer, she got a papyrus basket, coated it with tar and pitch, put the child in, and set it among the reeds on the Nile's bank. ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀତୀରସ୍ଥ ନଳବନରେ ରଖିଲା।
4 His sister stood at a distance to see what would happen to him. ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।
5 Pharaoh's daughter went down to bathe at the Nile, her maids walking along the Nile. She saw the basket among the reeds, sent her maid to get it. ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲା।
6 She opened it, saw the child—a baby boy, crying. Her heart went out to him, and she said, "This is one of the Hebrew children." ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
7 His sister asked Pharaoh's daughter, "Should I call a Hebrew woman to nurse the child for you?" ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି?”
8 "Yes, go," Pharaoh's daughter answered. So the girl went and called the child's mother. ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
9 Pharaoh's daughter told her, "Take this child and nurse him for me; I'll pay your wages." The woman took the child and nursed him. ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋʼ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
10 The boy grew; she brought him to Pharaoh's daughter, who adopted him, naming him Moses: "Because I drew him from the water." ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା ଦେଲା; “କାରଣ ସେ କହିଲା, ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
11 In those days Moses grew up, went out to his people, saw their burdens, and saw an Egyptian striking a Hebrew, one of his relatives. କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
12 He glanced around and, seeing no one, killed the Egyptian and hid him in the sand. ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସରୀୟକୁ ବଧ କରି ବାଲିରେ ପୋତି ଦେଲେ।
13 Next day he went out, saw two Hebrews fighting, and asked the offender, "Why hit your companion?" ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ?”
14 He said, "Who made you ruler and judge over us? Are you thinking of killing me as you killed the Egyptian?" Moses was afraid and thought, "Indeed, the matter is known." ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ଯେପରି ସେହି ମିସରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଅଛ?” ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
15 Pharaoh heard and sought to kill Moses; he fled from Pharaoh, settled in the land of Midian, and sat by a well. ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
16 Midian's priest had seven daughters; they came to draw water and fill the troughs to water their father's flock. ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
17 When the shepherds came and drove them away, Moses got up, rescued them, and watered their flock. ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।
18 When they returned to their father Reuel, he asked, "Why have you come back so early today?" ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ?”
19 They said, "An Egyptian saved us from the shepherds, even drew us water and watered the flock." ତହିଁରେ ସେମାନେ କହିଲେ, “ଜଣେ ମିସରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳ ପାନ କରାଇଲା।”
20 "Where is he?" he asked his daughters. "Why did you leave the man? Call him to eat." ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
21 Moses agreed to stay with the man, who gave his daughter Zipporah to Moses in marriage. ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
22 She bore a son; Moses named him Gershom, saying, "I have been a foreigner in a foreign land." ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
23 Long after, Egypt's king died. Israel's sons groaned from slavery, cried out; their cry rose to our Father from slavery. ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
24 Our Father heard their groaning, and he remembered his covenant with Abraham, with Isaac, and with Jacob. ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
25 Our Father looked on the Israelites, and he understood. ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]