Skip to content
The Believer's Library

Indian Revised Version(IRV) Odia - 2021

Exodus 22 IRVOry

Show IRVOry only
Verse × ×
1 "Whoever steals an ox or sheep, then kills or sells it, repays five cattle for the ox, four sheep for the sheep. ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
2 If a thief is caught breaking in and beaten to death, no bloodguilt for it. ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
3 If sunrise finds him, bloodguilt is his. He must repay; if he has nothing, he's sold for his theft. ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
4 If the stolen animal is found alive in his possession—ox, donkey, or sheep—he must repay double. ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
5 "If someone lets livestock loose and it grazes in another's field or vineyard, he repays with the best of his field and the best of his vineyard. ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
6 "If fire spreads and catches thornbushes, burning stacked grain, standing grain, or the field, whoever started it must repay in full. ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
7 "If someone entrusts a neighbor with silver or goods, and it's stolen from his house, the thief—if caught—pays back double. ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
8 If the thief isn't found, the householder must come before our Father to see if he took his neighbor's property. ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
9 For any disputed ox, donkey, sheep, garment, or lost item claimed as his, both come before our Father; whoever our Father condemns pays double to his neighbor. ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।
10 "If someone gives his neighbor a donkey, ox, sheep, or any animal to guard, and it dies, is hurt, or is taken unseen, ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
11 an oath before me settles the matter between them: the keeper did not lay a hand on his neighbor's property. The owner accepts it; no repayment is due. ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
12 But if the animal was in fact stolen from him, he must make restitution to its owner. ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।
13 If it was torn apart, he must bring it as proof; he owes nothing for the torn animal. ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
14 "If someone borrows an animal from a neighbor and it's injured or dies without the owner present, full repayment is required. ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
15 If its owner was with it, he owes nothing; if the animal was hired, the fee covers the loss. ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
16 "If a man entices an unengaged virgin and sleeps with her, he must pay bride price and marry her. ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
17 If her father flatly refuses to give her to him, he must weigh silver equal to virgins' bride-price. ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
18 "You shall not allow a sorceress to live. ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
19 "Whoever has sexual relations with an animal must surely be put to death. ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
20 "Whoever sacrifices to any god other than me alone must be completely destroyed. ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
21 "Do not wrong or oppress a foreigner, for you were foreigners in the land of Egypt. ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
22 "You shall not mistreat any widow or orphan. ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
23 If you do mistreat them, and they cry out to me, I will surely hear their cry. ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
24 My anger will flare; I will kill you by the sword—your wives widows, your children fatherless. ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
25 "If you lend money to my people, the poor among you, don't be a creditor to him or charge him interest. ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
26 If you take your neighbor's cloak as a pledge, you must return it to him by sunset, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
27 it's his only covering, his cloak for his skin. What will he sleep in? When he cries out to me, I'll hear, for I'm compassionate. କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
28 "You shall not speak evil of our Father, nor curse a ruler of your people. ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
29 "Do not delay giving the fullness of your harvest and your juice. Give me the firstborn of your sons. ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
30 Do the same with your ox and sheep: keep it with its mother seven days, then give it to me on the eighth day. ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
31 "Be holy people to me. Do not eat meat torn by beasts in the field—throw it to the dogs." ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]