Skip to content
The Believer's Library

Indian Revised Version(IRV) Odia - 2021

Exodus 28 IRVOry

Show IRVOry only
Verse × ×
1 "Bring your brother Aaron near to you, with his sons, from the Israelites, to serve me as priests: Aaron, Nadab, Abihu, Eleazar, Ithamar. These are the sons of Aaron. ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
2 Make holy garments for Aaron your brother, for glory and for beauty. ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
3 Speak to all who are skillful, whom I have filled with a spirit of wisdom, to make Aaron's garments to dedicate him, to serve me as priest. ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
4 These are the garments they must make: a breastpiece, ephod, robe, woven tunic, turban, and sash. They are to make these holy garments for your brother Aaron and his sons, so they may serve me as priests. ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
5 They are to use gold, and blue, purple, and scarlet yarn, and fine linen. ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
6 "Make the ephod of gold, blue, purple, and scarlet yarn, and finely twisted linen, worked by a skilled craftsman. ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
7 It is to have two shoulder pieces, joined at its two edges, joined together. ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
8 The waistband on it must match: gold, blue, purple, scarlet yarn, and finely twisted linen, worked in one piece. ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
9 Take two onyx stones and engrave on them the names of the sons of Israel. ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
10 Six names on one stone, the other six on the second stone, by their birth order. ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
11 As a jeweler engraves a seal, engrave the two stones with the names of Israel's sons, then mount them in gold filigree. ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
12 Put the two stones on the ephod's shoulder pieces as memorial stones for Israel's sons; Aaron will carry their names before me on his two shoulders as a memorial. ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
13 Make settings of gold filigree, ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
14 and two chains of pure gold, twisted like cords; and attach the twisted chains to the settings. ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
15 "Make a breastpiece of judgment: skilled work, made like the ephod's work—gold, blue, and purple, and scarlet yarn, and finely twisted linen. ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
16 It is to be square and doubled, about nine inches long and nine inches wide. ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
17 Set in it four rows of stones. The first row is to be carnelian, topaz, and beryl; ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
18 the second row turquoise, lapis lazuli, and emerald; ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
19 the third row jacinth, agate, and amethyst; ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
20 and the fourth row beryl, onyx, and jasper. They are to be set in gold filigree. ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
21 Twelve stones, one per name of Israel's sons—each engraved like a seal with its own name, for the twelve tribes. ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
22 For the breastpiece make chains of pure gold, twisted like cords. ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
23 Make two gold rings for the breastpiece, and fasten the two rings to its two edges. ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
24 Then fasten the two gold cords to the two rings at the edges of the breastpiece. ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
25 Fasten the cords' remaining two ends to the two filigree settings, joining them to the ephod's shoulder pieces at the front. ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
26 Make two gold rings; put them on the two ends of the breastpiece, on its inner edge next to the ephod. ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
27 Make two more gold rings and fix them to the ephod's two shoulder pieces, low on the front, near its seam, above its woven band. ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28 The breastpiece is to be bound by its rings to the ephod's rings with a blue cord, so it rests on the ephod's woven band and does not come loose from it. ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
29 Aaron will carry the names of Israel's sons over his heart on the breastpiece of judgment when he enters the Holy Place, as a continual reminder before me. ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
30 Put the Urim and Thummim into the breastpiece of judgment, so they lie over Aaron's heart when he comes before me. Aaron will always carry the judgment of Israel's sons over his heart before me. ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
31 "Make the robe of the ephod entirely of blue. ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
32 An opening for the head in its center, with a woven rim around it like a tunic's collar, so it won't tear. ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
33 Make pomegranates of blue, purple, and scarlet yarn around its hem, with gold bells between them. ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
34 Gold bell and pomegranate, gold bell and pomegranate, all around the robe's hem. ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
35 Aaron must wear it while serving. Its sound will be heard entering and leaving the Holy Place before me, so he does not die. ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
36 "Make a pure gold plate; engrave on it like a seal engraving: 'Holy to the Father.' ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
37 Attach it to the turban with a blue cord, on the turban's front. ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
38 It will be on Aaron's forehead; he will bear the guilt of the holy things Israel's people dedicate as their holy gifts. It stays on his forehead always, so they will be accepted before me. ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
39 Weave the fine linen tunic, make the fine linen turban, and make the sash, an embroiderer's work. ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
40 For Aaron's sons make tunics, sashes, and caps, for glory and for beauty. ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
41 Dress Aaron your brother and his sons with him, anoint them, ordain them, dedicate them, so they may serve me as priests. ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
42 Make linen undergarments for them to cover their naked flesh, reaching from the hips to the thighs. ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
43 Aaron and his sons must wear them whenever they enter the tent of meeting or approach the altar to serve in the Holy Place, so they don't bear guilt and die. This is a lasting statute for him and his descendants after him." ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]