Skip to content
The Believer's Library

Indian Revised Version(IRV) Odia - 2021

Exodus 29 IRVOry

Show IRVOry only
Verse × ×
1 "To dedicate them as priests serving me, do this: take one young bull and two rams without defect, ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,
2 and bread without yeast, unleavened cakes mixed with oil, and unleavened wafers spread with oil, all made of fine wheat flour. ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
3 Put them in one basket and present them in it, with the bull and the two rams. ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।
4 Then bring Aaron and his sons to the tent of meeting entrance and wash them with water. ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
5 Take the garments and dress Aaron in the tunic, the robe of the ephod, the ephod, and the breastpiece, and fasten the ephod's woven band on him. ତାʼପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।
6 Set the turban on his head and put the holy crown on the turban. ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।
7 Then take the anointing oil, pour it on his head, and anoint him. ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
8 Bring his sons forward and dress them in tunics. ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।
9 Wrap sashes around Aaron and his sons and fasten their caps. The priesthood is theirs by lasting decree. So you will ordain Aaron and his sons. ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
10 "Bring the bull before the tent of meeting; Aaron and his sons lay their hands on its head. ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
11 Slaughter the bull before me at the entrance of the tent of meeting. ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
12 Take some of the bull's blood and with your finger put it on the horns of the altar; pour out the rest at the base of the altar. ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।
13 Take all the fat covering the organs, the lobe of the liver, and the two kidneys with their fat, and burn them on the altar. ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
14 Burn the bull's flesh, hide, and waste outside the camp. It is a sin offering. ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।
15 "Take one ram; Aaron and his sons are to lay their hands on its head. ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
16 Slaughter the ram, take its blood, and throw it against the sides of the altar. ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।
17 Cut the ram into pieces, wash its inner organs and legs, and place them with its pieces and head. ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।
18 Then burn the whole ram on the altar. It is a burnt offering to me, a pleasing aroma, a food offering presented to me. ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
19 "Take the other ram, and Aaron and his sons are to lay their hands on its head. ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
20 Slaughter the ram, take some of its blood, and put it on Aaron's right earlobe, on his sons' right earlobes, on their right thumbs and right big toes, and throw the rest of the blood against the sides of the altar. ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।
21 Take some of the blood on the altar and some of the anointing oil, and sprinkle them on Aaron and his garments, and on his sons and their garments with him. Then he and his garments will be holy, with his sons and their garments. ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
22 Take the fat from the ram: the fat tail, the fat covering the internal organs, the liver's long lobe, the two kidneys with their fat, and the right thigh—for it is a ram of ordination. ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
23 Take one loaf, one oil cake, and one wafer from the basket of bread without yeast before me. ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
24 Put all these in the hands of Aaron and his sons, and wave them as a wave offering before me. ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
25 Take them from their hands and burn them on the altar over the burnt offering, a pleasing aroma before me. It is a food offering to me. ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
26 "Take the breast of Aaron's ordination ram and wave it before me as a wave offering; it is your portion. ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
27 Set apart the wave-offering breast and the raised thigh from the ordination ram—the portions for Aaron and his sons. ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
28 It belongs to Aaron and his sons as a permanent share from the people of Israel, for it is a contribution—the contribution from the people of Israel's peace offerings, their contribution to me. ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ-ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
29 "Aaron's holy garments pass to his sons after him, to be anointed and ordained in them. ପୁଣି, ହାରୋଣର (ମୃତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।
30 The son who succeeds him as priest and enters the tent of meeting to serve in the Holy Place is to wear them seven days. ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
31 "Take the ram of ordination and boil its flesh in a holy place. ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,
32 At the entrance of the tent of meeting, Aaron and his sons will eat the ram's meat and the bread in the basket. ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
33 They are to eat what made atonement at their ordination and dedication, but no outsider is to eat it, because it is holy. ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।
34 If any ordination meat or bread remains till morning, burn the rest with fire. It must not be eaten, because it is holy. ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।
35 "Do this for Aaron and his sons, following all I commanded you. Take seven days to ordain them. ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତ ଦିନ ଲାଗିବ।
36 Each day offer a bull as a sin offering for atonement. Purify the altar by making atonement for it, and anoint it to dedicate it. ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।
37 For seven days make atonement for the altar and dedicate it. Then it will be most holy, and whatever touches it becomes holy. ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
38 "This is what you are to offer on the altar: two year-old lambs each day, without fail. ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,
39 Offer one lamb in the morning and the other at twilight. ଅର୍ଥାତ୍‍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।
40 With the first lamb offer about two quarts of fine flour mixed with about a quart of pressed oil, and about a quart of wine as a drink offering. ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
41 Offer the second lamb at twilight with the same grain and drink offering as in the morning, a pleasing aroma, a food offering to me. ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
42 A continual burnt offering for your generations at the tent of meeting's entrance before me, where I will meet with you to speak with you. ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
43 There I will meet with the Israelites, and my glory will make the place holy. ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
44 I will dedicate the tent of meeting and the altar, and dedicate Aaron and his sons to serve me as priests. ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
45 "I will dwell among the people of Israel and will be their Father. ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
46 They will know I am their Father, who brought them out of Egypt so I could live among them. I am their Father." ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]