Skip to content
The Believer's Library

Indian Revised Version(IRV) Odia - 2021

Exodus 3 IRVOry

Show IRVOry only
Verse × ×
1 Moses was shepherding the flock of his father-in-law Jethro, priest of Midian. He led the flock to the far side of the wilderness and came to Horeb, the mountain of our Father. ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
2 There the messenger of our Father appeared to him in a fire flaming from within a bush. Moses looked: the bush was blazing but not consumed. ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
3 Moses said, "Let me go over and see this extraordinary sight—why the bush isn't burning up." ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
4 When our Father saw he had turned aside to look, he called to him from within the bush, "Moses, Moses!" Moses said, "Here I am." ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
5 He said, "Don't come closer. Take your sandals off your feet, for the ground you're standing on is holy." ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
6 He said, "I am your Father, the God of Abraham, of Isaac, and of Jacob." Moses hid his face, for he was afraid to look at our Father. ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
7 Then our Father said, "I have truly seen my people's suffering in Egypt, heard their cry under their slave drivers, for I know their hardships. ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
8 So I've come down to rescue them from Egypt's grip and bring them up from that land to a good, spacious land—a land flowing with milk and honey—to the place of the Canaanites, Hittites, Amorites, Perizzites, Hivites, and Jebusites. ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
9 Now the cry of Israel's people has reached me, and I've seen the oppression the Egyptians oppress them with. ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
10 Now go—I'm sending you to Pharaoh, to bring my people, Israel's sons, out of Egypt." ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
11 Moses said to our Father, "Who am I to go to Pharaoh and bring the Israelites out of Egypt?" ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
12 He said, "I will surely be with you. This is your sign that I have sent you: when you bring the people out of Egypt, you will worship your Father on this mountain." ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
13 Then Moses said to our Father, "If I go to Israel's people and tell them, 'The God of your fathers sent me to you,' and they ask me, 'What is his name?'—what do I tell them?" ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
14 Our Father told Moses, "I AM WHO I AM." Then he said, "Tell the Israelites: 'I AM has sent me to you.'" ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
15 Our Father also told Moses, "Tell the Israelites: 'Your Father—the God of Abraham, Isaac, and Jacob—has sent me to you.' This is my name forever, and how I am remembered in every generation. ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
16 Go, gather Israel's elders and tell them: your Father—the God of Abraham, Isaac, and Jacob—appeared to me and said: I have surely watched over you, and seen what is done to you in Egypt, ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
17 I have promised to bring you up out of Egypt's misery to the land of the Canaanites, the Hittites, the Amorites, the Perizzites, the Hivites, and the Jebusites—a land flowing with milk and honey. ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
18 They will listen to you. You and Israel's elders must go to Egypt's king and tell him, 'the Father of the Hebrews has met us. Now please let us travel three days into the wilderness to sacrifice to our Father.' ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
19 But I know Egypt's king won't let you go unless by a mighty hand. ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
20 I will reach out my hand and strike Egypt with all the wonders I do there; then he will release you. ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21 I will make the Egyptians favor this people, so when you leave, you won't go empty-handed. ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
22 Each woman must ask her neighbor and the woman living in her house for silver and gold items and clothing, and dress your sons and daughters with them. So you will plunder the Egyptians." ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]