Skip to content
The Believer's Library

Indian Revised Version(IRV) Odia - 2021

Exodus 32 IRVOry

Show IRVOry only
Verse × ×
1 When the people saw Moses delayed coming down the mountain, they gathered around Aaron and said to him, "Get up, make us gods to go before us. This Moses, the man who brought us up from the land of Egypt—we don't know what's happened to him." ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
2 Aaron told them, "Take off the gold earrings on the ears of your wives, sons, and daughters, and bring them to me." ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋʼ ପାଖକୁ ଆଣ।”
3 All the people removed the gold rings from their ears and brought them to Aaron. ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।
4 He took the gold from their hands, shaped it with an engraving tool, and cast it into a calf. Then they said, "These are your gods, Israel, who brought you up from the land of Egypt!" ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
5 Seeing this, Aaron built an altar before it and announced, "Tomorrow is a festival to our Father." ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।
6 They rose early next day, offered burnt offerings, and brought peace offerings. The people sat to eat and drink, then got up to revel. ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
7 Then our Father said to Moses, "Go down, because your people, whom you brought up from the land of Egypt, have corrupted themselves. ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।
8 They have quickly turned from the way I commanded them, made themselves a cast calf, bowed to it, sacrificed to it, and said, 'Israel, these are your gods who brought you up from the land of Egypt.'" ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”
9 Our Father said to Moses, "I have seen this people, and they are a stubborn people. ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।
10 Now leave me alone, that my anger may burn against them and I may consume them, and I will make you a great nation." ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।”
11 Moses pleaded with our Father: "Why, our Father, does your anger burn against your people, whom you brought out of the land of Egypt with great power and a mighty hand? ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?
12 Why should the Egyptians say, 'He brought them out with evil intent, to kill them in the mountains and wipe them off the face of the earth'? Turn from your burning anger; relent from this disaster against your people. ‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।
13 Remember Abraham, Isaac, and Israel, your servants, to whom you swore by yourself and told them: 'I will multiply your offspring like the stars of heaven, and I will give your offspring all this land I have promised, and they will inherit it forever.'" ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”
14 So our Father relented from the disaster he had spoken of bringing on his people. ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
15 Moses turned and went down from the mountain, the two tablets of the testimony in his hand, tablets written on both sides, front and back. ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।
16 The tablets were the work of our Father; the writing was the writing of our Father, engraved on the tablets. ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
17 When Joshua heard the sound of the people shouting, he told Moses, "That's the sound of war in the camp." ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”
18 Moses replied, "Not the sound of victory's shout, nor the sound of defeat's cry—I hear the sound of singing." ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”
19 As Moses neared the camp and saw the calf and the dancing, his anger flared; he threw the tablets from his hands, shattering them at the base of the mountain. ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
20 He took the calf they made, burned it in fire, ground it to powder, scattered it on the water, and made the Israelites drink it. ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।
21 Moses said to Aaron, "What did this people do to you, that you brought such great sin on them?" ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”
22 Aaron said, "Don't be angry, my lord; you know the people are inclined to evil. ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।
23 They said to me, 'Make us gods to go ahead of us. This Moses, the man who brought us out of the land of Egypt—we can't say what became of him.' ଏମାନେ ମୋତେ କହିଲେ, ‘ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।’
24 I told them, 'Whoever has gold, strip it off.' They gave it to me; I threw it into the fire, and out came this calf." ତେବେ ମୁଁ କହିଲି, ‘ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେକୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।’”
25 Moses saw that the people ran wild, for Aaron had let them run wild, to their enemies' mockery. ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।
26 Moses stood at the camp gate and said, "Whoever is for our Father, come to me!" All the Levites gathered around him. ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
27 He said to them, "This is what our Father says: Strap your sword to your side, each of you. Go back and forth through the camp, gate to gate, and kill your brother, your friend, your neighbor." ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”
28 The Levites did as Moses commanded, and that day about 3,000 of the people fell. ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
29 Moses said, "Today you set yourselves apart for our Father, each at the cost of his son and brother, so he might bless you today." ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
30 The next day Moses told the people, "You have sinned greatly. Now I will go up to our Father—perhaps I can atone for your sin." ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
31 Moses returned to our Father and said, "Oh, this people has sinned greatly, making themselves gods of gold. ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
32 Now, if you'll forgive their sin—if not, blot me, please, out of the book you wrote." ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
33 But our Father told Moses, "I will blot out of my book whoever has sinned against me. ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
34 Go, lead the people where I told you; my angel will go before you. But on the day I settle accounts, I will charge them with their sin." ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
35 Then our Father struck the people with plague because of what they did with the calf that Aaron made. ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]