Skip to content
The Believer's Library

Indian Revised Version(IRV) Odia - 2021

Exodus 33 IRVOry

Show IRVOry only
Verse × ×
1 Our Father said to Moses, "Leave here, you and the people you brought up out of Egypt, for the land I swore to Abraham, Isaac, and Jacob: I will give it to your offspring. ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;
2 I will send an angel before you and drive out the Canaanites, Amorites, Hittites, Perizzites, Hivites, and Jebusites. ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
3 Go up to a land flowing with milk and honey, but I won't go up among you, for you're a stubborn people, and I might destroy you on the way." ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
4 When the people heard this distressing news, they mourned, and no one put on their jewelry. ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
5 For our Father told Moses, "Say to Israel's people: You are a stubborn people. If I went among you for one moment, I would destroy you. Now remove your ornaments, so I can decide what to do with you." କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
6 So the people of Israel stripped off their jewelry from Mount Horeb onward. ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
7 Moses would take the tent and pitch it outside the camp, far from the camp, calling it the tent of meeting. Everyone seeking our Father would go out to the tent of meeting, outside the camp. ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
8 Whenever Moses went out to the tent, all the people rose and stood, each at his tent's entrance, watching Moses until he entered. ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।
9 Whenever Moses entered the tent, the pillar of cloud descended, stood at the entrance, and our Father spoke with Moses. ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
10 When all the people saw the pillar of cloud standing at the tent entrance, they would rise and worship, each at his own tent entrance. ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
11 So our Father would speak to Moses face to face, as one speaks with a friend. Moses would return to camp, but his young servant Joshua son of Nun would not leave the tent. ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
12 Moses said to our Father, "Look, you tell me, 'Bring up this people,' but you haven't told me whom you'll send with me. Yet you said, 'I know you by name, and you have also found favor in my sight.' ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
13 Now, if I have found favor in your eyes, please show me your ways, so I may know you and keep finding favor in your eyes. Remember too—this nation is your people." ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
14 And he said, "My presence will go with you, and I will give you rest." ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
15 Moses said to him, "If your presence doesn't go with us, don't bring us up from here. ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
16 How else will it be known that I have found favor with you, I and your people? Isn't it by your going with us, so we are set apart, I and your people, from every other people on the face of the earth?" କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?
17 And our Father said to Moses, "This very thing you have asked I will do, for you have found favor in my sight, and I know you by name." ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
18 Then Moses said, "Please show me your glory." ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
19 He said, "I will make all my goodness pass before you and proclaim my name before you. I will be gracious to whom I will be gracious, and show compassion on whom I will show compassion." ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
20 But he said, "You cannot see my face, for no one may see me and live." ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
21 And our Father said, "There is a place beside me; you will stand on the rock, ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
22 while my glory passes by, I will put you in a rock crevice and cover you with my hand until I have passed by. ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
23 Then I will remove my hand, and you will see my back; my face will not be seen." ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]