Skip to content
The Believer's Library

Indian Revised Version(IRV) Odia - 2021

Exodus 39 IRVOry

Show IRVOry only
Verse × ×
1 From the blue, purple, and scarlet yarn they made finely woven garments for serving in the holy place; they made the holy garments for Aaron, as our Father commanded Moses. ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।
2 He made the ephod of gold, of blue, purple, and scarlet yarn, and of finely woven linen. ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।
3 They hammered gold into sheets, cut it into threads, and worked them into the blue, purple, and scarlet yarn and fine linen—the work of a skilled designer. ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।
4 They made shoulder pieces for it, joined together at its two edges. ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।
5 The ephod's woven band was one piece with it, made the same way: gold, blue, purple, and scarlet yarn, and finely twisted linen, as our Father commanded Moses. ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।
6 They made the onyx stones, mounted in gold filigree settings, engraved like seal engravings, with the names of Israel's sons. ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
7 He put them on the ephod's shoulder pieces as memorial stones for Israel's sons, as our Father had commanded Moses. ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
8 He made the breastpiece—skilled work like the ephod's—of gold, blue, purple, scarlet yarn, and finely twisted linen. ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
9 Square and doubled, they made the breastpiece—about nine inches long and nine inches wide, doubled. ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।
10 They set in it four rows of stones. The first row was carnelian, topaz, and emerald; ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,
11 the second row, turquoise, sapphire, and emerald; ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,
12 the third row, jacinth, agate, and amethyst; ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା,
13 the fourth row, beryl, onyx, and jasper. They were enclosed in gold filigree settings. ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।
14 Twelve stones, one per name of Israel's sons, each engraved like a seal with its own name, for the twelve tribes. ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।
15 For the breastpiece they made braided chains of pure gold, like cords. ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।
16 They made two gold filigree settings and two gold rings, fastening the two rings to the breastpiece's two ends. ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
17 They fastened the two gold cords to the two rings at the ends of the breastpiece. ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।
18 They put the two ends of the two cords on the two filigree settings, and put them on the ephod's shoulder pieces, at its front. ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
19 They made two gold rings and put them on the breastpiece's two ends, on its inner edge facing the ephod. ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
20 They made two gold rings and put them on the two shoulder pieces of the ephod, low on the front, near the seam above its woven band. ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।
21 They fastened the breastpiece's rings to the ephod's rings with a blue cord, so it would rest on the ephod's woven band and not come loose from the ephod, as our Father commanded Moses. ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।
22 Bezalel made the robe of the ephod entirely of blue, the work of a weaver. ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।
23 Its opening was in the center, like a collar's opening, with a woven binding around it so it wouldn't tear. ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।
24 They made pomegranates of blue, purple, and scarlet yarn and twisted linen on the robe's hem. ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
25 They made pure gold bells and set them between the pomegranates on the robe's hem, all around between the pomegranates. ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
26 Bell and pomegranate, bell and pomegranate, around the robe's hem for serving, as our Father commanded Moses. ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।
27 For Aaron and his sons they made the tunics of fine linen, the work of a weaver, ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା
28 the fine-linen turban, the beautiful fine-linen caps, and linen undergarments of finely twisted linen. ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡ଼ି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
29 The sash: finely woven linen, blue, purple, and scarlet yarn, embroidered work, as our Father commanded Moses. ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
30 They made the holy crown's plate from pure gold, engraved like a seal: "Holy to our Father." ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।
31 They tied a blue cord to it, fastening it on the turban above, as our Father commanded Moses. ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।
32 All the work of the tabernacle, the tent of meeting, was finished. Israelites did everything our Father commanded Moses—so they did. ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
33 They brought Moses the tabernacle: the tent, all its furnishings, clasps, frames, crossbars, posts, and bases; ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
34 the covering of red-dyed ram skins, the covering of fine leather, and the screening curtain, ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;
35 the ark of the testimony with its poles and the mercy seat; ସାକ୍ଷ୍ୟ-ସିନ୍ଦୁକ, ତହିଁର ସାଙ୍ଗୀ ଓ ପାପାଚ୍ଛାଦନ ମେଜ,
36 the table with all its utensils and the bread of the Presence; ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,
37 the pure gold lampstand, its arranged lamps, all its utensils, and oil for the light; ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
38 the gold altar, anointing oil, fragrant incense, and the tent entrance screen; ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
39 the bronze altar with its bronze grate, poles, and all its utensils, the basin and its stand; ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;
40 the courtyard's curtains, posts, and bases, the courtyard entrance screen, ropes, pegs, and all the equipment for the tabernacle's service, the tent of meeting; ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
41 and the finely woven garments for serving in the holy place, the holy garments for Aaron the priest, and his sons' garments for priestly service. ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,
42 The people of Israel had done all the work just as our Father had commanded Moses. ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
43 Moses inspected all the work: they had done it as our Father commanded—so they had done it. Moses blessed them. ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]