Skip to content
The Believer's Library

Indian Revised Version(IRV) Odia - 2021

Exodus 4 IRVOry

Show IRVOry only
Verse × ×
1 Moses replied, "But they won't believe me or listen to my voice, for they'll say, 'Our Father did not appear to you.'" ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”
2 Our Father said to him, "What is that in your hand?" He said, "A staff." ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”
3 He said, "Throw it to the ground." He threw it to the ground, and it became a snake, and Moses ran from it. ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
4 But our Father said to Moses, "Reach out your hand and grab it by the tail"—he reached out his hand, caught it, and it became a staff in his hand. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
5 "that they may believe that your Father, the God of their fathers—of Abraham, of Isaac, and of Jacob—has appeared to you." “ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
6 Then our Father told him, "Put your hand in your cloak." So he did, and when he pulled it out, his hand had a skin disease, white as snow. ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
7 He said, "Put your hand back in your cloak." He did, and when he took it out, it was restored, like the rest of his flesh. ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
8 "If they will not believe you or listen to the first sign, they may believe the second sign. ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
9 If they still won't believe these two signs or listen to your voice, take water from the Nile and pour it on dry ground; the water taken from the Nile will become blood on the dry ground." ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
10 But Moses said to our Father, "Please, my Sovereign Father, I've never been good with words, not before nor since you've spoken to your servant, for I'm slow of speech and slow of tongue." ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
11 Then our Father said to him, "Who gave man his mouth? Who makes him mute or deaf, seeing or blind? Isn't that I, your Father? ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
12 Now go, and I will be with your mouth and will teach you what to say." ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
13 But he said, "Please, my Sovereign Father, send someone else." ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
14 Then our Father's anger flared against Moses. He said, "Isn't Aaron your brother, the Levite? I know he speaks well. Even now he's coming out to meet you, and he'll rejoice in his heart when he sees you. ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
15 Speak to him; put the words in his mouth. I will be with your mouth and his, and teach you both what to do. ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
16 He will speak for you to the people, be your mouth, and you will be like God to him. ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
17 And take this staff in your hand and use it to perform the signs." ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
18 Moses returned to his father-in-law Jethro and said, "Let me go back to my brothers in Egypt to see if they're still alive." Jethro said, "Go in peace." ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
19 And our Father told Moses in Midian, "Go back to Egypt—all the men who wanted to kill you are dead." ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
20 Moses took his wife and sons, put them on a donkey, and returned to the land of Egypt. Moses took the staff of our Father in his hand. ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
21 Then our Father told Moses, "When you return to Egypt, perform before Pharaoh all the wonders I gave you power to do. But I will harden his heart, so he will not let the people go. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”
22 Then you are to say to Pharaoh, 'This is what our Father says: Israel is my firstborn son, ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
23 and I say to you: let my son go to serve me. If you refuse to let him go, I will kill your firstborn son.'" ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
24 At a lodging place on the way, our Father met him and tried to kill him. ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
25 Zipporah took a flint, cut off her son's foreskin, touched it to Moses' feet, and said, "Surely, you are a blood bridegroom to me." ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
26 So our Father released Moses. Then she said, "A bridegroom of blood," because of the circumcision. ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
27 Now our Father told Aaron, "Go meet Moses in the wilderness." So he went, met him at the mountain of our Father, and kissed him. ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
28 Moses told Aaron all the words our Father had given him to deliver, and all the signs he commanded him to perform. ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
29 Then Moses and Aaron went and gathered all the elders of the people of Israel. ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
30 Aaron spoke all the words our Father had spoken to Moses and did the signs before the people. ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
31 The people believed. Hearing that our Father had come to help Israel's people and seen their suffering, they bowed their heads and worshiped. ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]