Skip to content
The Believer's Library

Indian Revised Version(IRV) Odia - 2021

Exodus 5 IRVOry

Show IRVOry only
Verse × ×
1 Afterward Moses and Aaron went to Pharaoh and said, "This is what our Father of Israel says: Let my people go to hold a feast for me in the wilderness." ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”
2 Pharaoh said, "Who is God, that I should obey his voice and let Israel go? I don't know God, and I won't let Israel go." ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
3 They said, "Our Father has met with us. Let us take a three-day journey into the wilderness to sacrifice to our Father, or he may strike us with plague or sword." ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
4 But Egypt's king said to them, "Moses and Aaron, why pull the people from their work? Get back to your labor!" ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
5 Pharaoh said, "Look, the land's people are now many, and you'd have them stop working!" ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
6 That same day Pharaoh commanded the slave drivers and the foremen over the people: ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
7 "Stop giving the people straw for bricks as before. They must go gather straw themselves. “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
8 Require the same brick quota as before; don't reduce it. They're lazy; that's why they cry, 'Let us go sacrifice to our God.' ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
9 Make the work harder for the men, so they keep at it and ignore lies." ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
10 The slave drivers and foremen went out and told the people, "Pharaoh says: 'I will give you no more straw.' ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
11 Go get your own straw wherever you find it—but your work will not be reduced at all.'" ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
12 So the people scattered throughout all the land of Egypt to gather stubble for straw. ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
13 The slave drivers kept pressing them: "Finish your daily quota, just as when you had straw." ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
14 The Israelite foremen, whom Pharaoh's slave drivers had set over them, were beaten and asked, "Why haven't you met your brick quota yesterday and today, as before?" ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
15 Then the Israelite foremen came and cried out to Pharaoh, "Why do you treat your servants this way? ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
16 No straw is given your servants, yet they tell us, 'Make bricks!' Look, your servants are beaten, but your own people are at fault." ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
17 Pharaoh said, "Lazy! You're lazy! That's why you say, 'Let us go and sacrifice to God.' ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
18 Now go, work. No straw will be given you, yet you must deliver your full quota of bricks." ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
19 The Israelite foremen saw they were in trouble when told, "Don't reduce your daily quota of bricks." “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
20 When they left Pharaoh, they found Moses and Aaron waiting to meet them, ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
21 and said to them, "May our Father look on you and judge, for you have made us a stench to Pharaoh and his officials, putting a sword in their hand to kill us." ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
22 Then Moses returned to our Father and said, "My Sovereign Father, why have you brought trouble on this people? Why did you ever send me? ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
23 Since I went to Pharaoh to speak in your name, he has harmed this people, and you have not rescued your people at all." କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]