Skip to content
The Believer's Library

Indian Revised Version(IRV) Odia - 2021

Exodus 7 IRVOry

Show IRVOry only
Verse × ×
1 Our Father told Moses, "See, I have made you as God to Pharaoh, and Aaron your brother will be your prophet. ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍‍ବକ୍ତା ହେବ।
2 You will speak all I command you; Aaron your brother will tell Pharaoh to send the Israelites out of his land. ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।
3 But I will harden Pharaoh's heart and multiply my signs and wonders in the land of Egypt. ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।
4 Pharaoh won't listen to you, so I'll set my hand against Egypt and bring my armies—my people, Israel's descendants—out of the land of Egypt through great judgments. ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା।
5 The Egyptians will know I am the Father when I reach out my hand against Egypt and bring Israel's people out from among them." ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
6 Moses and Aaron did so; they did just as our Father had commanded them. ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।
7 Now Moses was eighty years old and Aaron eighty-three years old when they spoke to Pharaoh. ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ହୋଇଥିଲା।
8 Then our Father said to Moses and Aaron, ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
9 when Pharaoh tells you, "Prove yourselves with a wonder," say to Aaron, "Take your staff, throw it down before Pharaoh, and it will become a serpent." “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’”
10 Moses and Aaron went to Pharaoh and did as our Father commanded. Aaron threw his staff before Pharaoh and his servants, and it became a snake. ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
11 So Pharaoh also summoned wise men and sorcerers, and Egypt's magicians did the same with their secret arts. ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
12 Each one threw down his staff, and they became serpents. But Aaron's staff swallowed up their staffs. ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।
13 Pharaoh's heart hardened; he wouldn't listen to them, as our Father had said. ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
14 Then our Father said to Moses, "Pharaoh's heart is unyielding; he refuses to let the people go. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।
15 Go to Pharaoh in the morning as he goes out to the water. Stand on Nile's bank to meet him, and take in your hand the staff that turned into a snake. ଏହେତୁ ତୁମ୍ଭେ ପ୍ରଭାତରେ ଫାରୋ ନିକଟକୁ ଯାଅ; ଦେଖ, ସେ ଜଳ ଆଡ଼େ ଗଲେ, ତୁମ୍ଭେ ତାହା ସହିତ ସାକ୍ଷାତ କରିବାକୁ ନୀଳ ନଦୀ ତୀରରେ ଠିଆ ହୁଅ; ଯେଉଁ ଯଷ୍ଟି ସର୍ପ ହୋଇଥିଲା, ତାହା ମଧ୍ୟ ହସ୍ତରେ ନିଅ।
16 Say to him: our Father of the Hebrews sent me to you, saying, "Let my people go to serve me in the wilderness." Yet until now you have not listened. ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।
17 This is what our Father says: "By this you will know I am the Father: look, with the staff in my hand I will strike the Nile's water, and it will turn to blood. ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।
18 Fish in the Nile will die, the Nile will stink, and Egyptians won't be able to bear to drink water from the Nile."'" ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’”
19 Our Father said to Moses, "Tell Aaron: Take your staff and stretch out your hand over Egypt's waters—over their rivers, canals, ponds, and all their reservoirs—and they will become blood. Blood will fill all Egypt, even in vessels of wood and stone." ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ ଏହି କଥା କୁହ, ‘ତୁମ୍ଭେ ଆପଣା ଯଷ୍ଟି ଘେନି ମିସର ଦେଶୀୟ ଜଳ ଉପରେ, ଅର୍ଥାତ୍‍, ତହିଁର ନଦୀ, ନାଳ, ପୁଷ୍କରିଣୀ ଓ ଜଳାଶୟ, ଏସମସ୍ତ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସମସ୍ତ ଜଳ ରକ୍ତ ହେବ; ପୁଣି, ମିସର ଦେଶର ସର୍ବତ୍ର କାଷ୍ଠ ପାତ୍ର ଓ ପ୍ରସ୍ତର ପାତ୍ରରେ ହେଁ ରକ୍ତ ହେବ।’”
20 Moses and Aaron did as our Father commanded: before Pharaoh and his servants, Aaron raised the staff and struck the Nile's water, and all its water turned to blood. ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା।
21 The fish in the Nile died, the Nile stank, and the Egyptians could not drink water from the Nile. Blood was in all the land of Egypt. ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।
22 But Egypt's magicians did the same with their secret arts. So Pharaoh's heart stayed hard; he wouldn't listen to them, as our Father had said. ସେତେବେଳେ ମିସରୀୟ ମନ୍ତ୍ରଜ୍ଞମାନେ ହେଁ ଆପଣାମାନଙ୍କ ମାୟାରେ ସେହିପରି କଲେ; ତହିଁରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା ଓ ସେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
23 Pharaoh turned and went into his house, and he did not take even this to heart. ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ।
24 All the Egyptians dug along the Nile for water to drink, since they couldn't drink the Nile's water. ପୁଣି, ସମସ୍ତ ମିସରୀୟ ଲୋକେ ନଦୀର ଜଳ ପାନ କରି ନ ପାରିବାରୁ ପିଇବା ଜଳ ନିମନ୍ତେ ନଦୀର ଚାରିଆଡ଼େ ଖୋଳିଲେ।
25 Seven full days passed after our Father struck the Nile. ସଦାପ୍ରଭୁ ନଦୀକୁ ଆଘାତ କଲା ଉତ୍ତାରେ ସାତ ଦିନ ସମ୍ପୂର୍ଣ୍ଣ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]