Skip to content
The Believer's Library

Indian Revised Version(IRV) Odia - 2021

Exodus 8 IRVOry

Show IRVOry only
Verse × ×
1 Then our Father told Moses, "Go to Pharaoh and tell him, 'This is what our Father says: Let my people go, so they may serve me.'" ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
2 But if you refuse to let them go, I will plague your whole country with frogs. କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
3 The Nile will swarm with frogs that come up and enter your house, bedroom, and bed, the houses of your servants and people, your ovens and kneading bowls. ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
4 The frogs will come up on you, on your people, and on all your servants."'" ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”
5 And our Father said to Moses, "Tell Aaron: 'Stretch out your hand with your staff over the rivers, canals, and pools, and bring up the frogs over the land of Egypt.'" ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”
6 Aaron stretched his hand over the waters of Egypt, and frogs came up and covered the land of Egypt. ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
7 But the magicians did the same with their secret arts, bringing frogs up over the land of Egypt. ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
8 Pharaoh summoned Moses and Aaron and said, "Plead with God to remove the frogs from me and my people, and I will let the people go to sacrifice to God." ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
9 Moses said to Pharaoh, "The honor is yours—set the time yourself: when should I pray for you, your servants, and your people, that the frogs be cut off from you and your houses, left only in the Nile?" ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
10 "Tomorrow," he said. Moses replied, "As you say, so you'll know no one is like our Father. ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
11 The frogs will leave you, your houses, your servants, and your people, remaining only in the Nile." ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”
12 Moses and Aaron left Pharaoh, and Moses cried out to our Father about the frogs our Father had brought on Pharaoh. ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
13 And our Father did as Moses asked. The frogs died in the houses, the courtyards, and the fields. ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
14 They piled them in heaps upon heaps, and the land stank. ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
15 But when Pharaoh saw there was relief, he hardened his heart and would not listen to them, as our Father had said. ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
16 Then our Father told Moses, "Tell Aaron: Stretch out your staff and strike the dust of the ground, and it will become gnats throughout all the land of Egypt." ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”
17 They did so. Aaron stretched out his hand with his staff and struck the ground's dust, and gnats came on people and animals. All the ground's dust became gnats throughout the whole land of Egypt. ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
18 The magicians tried their secret arts to make gnats, but failed. Gnats covered people and animals. ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
19 The magicians told Pharaoh, "This is the finger of God." But Pharaoh's heart stayed hard; he wouldn't listen to them, as our Father had said. ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
20 Then our Father said to Moses, "Get up early in the morning and stand before Pharaoh as he goes out to the water. Tell him, 'This is what our Father says: Let my people go, so they may serve me. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
21 "If you won't let my people go, I'll send flies swarming on you, your servants, your people, and your houses. Egyptian houses will be full of flies, and even the ground they stand on. ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।
22 On that day I will set apart the land of Goshen, where my people live, so no flies swarm there, so you will know I, your Father, am in the land's midst. ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।
23 I will make a distinction between my people and your people. Tomorrow this sign will happen.'" ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”
24 So our Father did. Thick swarms of flies filled Pharaoh's house and his servants' houses; throughout all the land of Egypt, the land was ruined by the swarms. ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
25 Pharaoh summoned Moses and Aaron and said, "Go, sacrifice to your God in the land." ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
26 But Moses said, "That wouldn't be right—what we sacrifice to our Father is detestable to the Egyptians. If we sacrifice what is detestable to them before their eyes, will they not stone us? ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?
27 We must go a three days' journey into the wilderness and sacrifice to our Father, as he commands us." ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
28 Pharaoh said, "I will let you go and sacrifice to the LORD your God in the wilderness—only don't go too far away. Plead for me." ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
29 Then Moses said, "As soon as I leave you, I will plead with our Father, and tomorrow the swarms of flies will leave Pharaoh, his servants, and his people. Only let Pharaoh not deceive again by refusing to let the people go and sacrifice to our Father." ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
30 So Moses went out from Pharaoh and pleaded with our Father. ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
31 As Moses asked, our Father removed the swarms of flies from Pharaoh, his servants, and his people—not one remained. ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
32 But Pharaoh hardened his heart this time also, and he would not let the people go. ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]