Skip to content
The Believer's Library

Indian Revised Version(IRV) Odia - 2021

Exodus 9 IRVOry

Show IRVOry only
Verse × ×
1 Then our Father told Moses, "Go tell Pharaoh, 'This is what the Father of the Hebrews says: "Let my people go to worship me. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
2 For if you refuse to let them go and keep holding them, ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
3 the hand of our Father will be on your livestock in the field: horses, donkeys, camels, herds, and flocks—a very severe plague. ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
4 But our Father will distinguish Israel's livestock from Egypt's, so none of Israel's will die."'" ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”
5 And our Father set a time, saying, "Tomorrow I will do this in the land." ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
6 The next day our Father did this: all Egypt's livestock died, but Israel's livestock—not one died. ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
7 Pharaoh sent to check: not one of Israel's animals had died. Yet Pharaoh's heart stayed hard, and he refused to let the people go. ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
8 Then our Father told Moses and Aaron, "Take handfuls of soot from a kiln, and let Moses scatter it skyward before Pharaoh. ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
9 It will become fine dust over all Egypt, breaking into festering boils on people and animals throughout Egypt." ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
10 They took kiln soot and stood before Pharaoh. Moses threw it skyward, and boils broke out, festering on people and animals. ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
11 The magicians could not stand before Moses, for boils were on them and all Egyptians. ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
12 But our Father hardened Pharaoh's heart; he wouldn't listen to them, as our Father had told Moses. ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
13 Then our Father told Moses, "Get up early in the morning, stand before Pharaoh, and say to him: 'This is what the Father of the Hebrews says: "Let my people go to worship me. ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
14 This time I am sending all my plagues against you, your officials, and your people, so you know there is no one like me in all the earth. ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
15 By now I could have raised my hand and struck you and your people with a plague, erasing you from the earth. କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
16 But I raised you up to show you my power and proclaim my name throughout all the earth. ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
17 You are still setting yourself against my people and refusing to let them go. ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
18 Tomorrow at this time I will rain down hail so severe none like it has hit Egypt from its founding until now. ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
19 Now send: get your livestock and all you have in the field to safety, for the hail will fall on every person and animal left in the field, not brought inside, and they will die."'" ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
20 Those among Pharaoh's officials who feared the word of our Father hurried their servants and livestock indoors, ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
21 but whoever ignored the word of our Father left his servants and livestock in the field. ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
22 Then our Father said to Moses, "Stretch your hand toward the sky, and hail will fall on all Egypt—on people, animals, and every plant in the field, throughout Egypt." ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”
23 Moses stretched his staff toward the sky, and our Father sent thunder and hail, and fire ran to the ground. Our Father rained hail on the land of Egypt. ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
24 There was hail, and fire flashing continually within the hail, so heavy that nothing like it had occurred in all the land of Egypt since it became a nation. ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
25 Throughout Egypt hail struck everything in the field, both people and animals; it struck every plant of the field and shattered every tree of the field. ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
26 Only in the land of Goshen, where the people of Israel lived, was there no hail. କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
27 Pharaoh sent for Moses and Aaron and said, "This time I've sinned. God is right; I and my people are wrong. ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
28 Plead with your Father—there's been enough of God's thunder and hail. I will let you go; stay no longer." ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
29 Moses told him, "Once I leave the city, I'll spread my hands to our Father. The thunder will stop and hail will end, so you'll know the earth is our Father's. ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
30 But as for you and your officials, I know that you still do not fear our Father." ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
31 (Flax and barley were ruined, because barley had headed and flax was blooming. ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
32 But the wheat and the emmer wheat were not ruined, because they ripen later.). ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
33 Moses left Pharaoh, went out of the city, and spread his hands to our Father. The thunder and hail stopped, and rain no longer poured on the land. ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
34 When Pharaoh saw the rain, hail, and thunder had stopped, he sinned again, hardening his heart—he and his officials. ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
35 So Pharaoh's heart hardened; he refused to let Israel go, as our Father had said through Moses. ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]