Skip to content
The Believer's Library

Indian Revised Version(IRV) Odia - 2021

Ezra 2 IRVOry

Side by side with the Father's Heart Bible™

ନିର୍ବାସିତଙ୍କ ପ୍ରତ୍ୟାବର୍ତ୍ତନ

1ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ। 2ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,

3ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। 4ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। 5ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ। 6ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ। 7ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 8ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ। 9ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। 10ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ। 11ବେବୟର ସନ୍ତାନ ଛଅ ଶହ ତେଇଶ ଜଣ। 12ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ। 13ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ। 14ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ। 15ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ। 16ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ। 17ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ। 18ଯୋରାହର ସନ୍ତାନ ଏକ ଶହ ବାର ଜଣ। 19ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ। 20ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ। 21ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ। 22ନଟୋଫାର ଲୋକ ଛପନ ଜଣ। 23ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ। 24ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ। 25କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ। 26ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ। 27ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ। 28ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ। 29ନବୋର ସନ୍ତାନ ବାବନ ଜଣ। 30ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ। 31ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 32ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ। 33ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ। 34ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। 35ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ। 36ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। 37ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ। 38ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। 39ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।

40ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ। 41ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ। 42ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ। 43ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; 44କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; 45ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ; 46ହାଗାବର ସନ୍ତାନଗଣ, ଶମ୍‍ଲୟର ସନ୍ତାନଗଣ, ହାନନ୍‍ର ସନ୍ତାନଗଣ; 47ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ; 48ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ; 49ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ; 50ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; 51ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; 52ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; 53ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; 54ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।

55ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ; 56ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; 57ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ; 58ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।

59ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, 60ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ। 61ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। 62ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ। 63ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।

64ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ। 65ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ। 66ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର; 67ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।

68ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ। 69ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।

70ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]