Skip to content
The Believer's Library

Indian Revised Version(IRV) Odia - 2021

Ezra 2 IRVOry

Show IRVOry only
Verse × ×
1 These are the province's people who came up from captivity—those Nebuchadnezzar king of Babylon exiled to Babylon. They returned to Jerusalem and Judah, each to his own town. ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
2 They came with Zerubbabel, Jeshua, Nehemiah, Seraiah, Reelaiah, Mordecai, Bilshan, Mispar, Bigvai, Rehum, Baanah—the count of Israel's men: ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3 The sons of Parosh, 2,172; ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
4 the sons of Shephatiah, 372; ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
5 the sons of Arah, 775; ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
6 the sons of Pahath-moab, namely the sons of Jeshua and Joab, 2,812; ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍‍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
7 the sons of Elam, 1,254; ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
8 the sons of Zattu, 945; ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
9 the sons of Zaccai, 760; ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
10 the sons of Bani, 642; ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
11 the sons of Bebai, 623; ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
12 the sons of Azgad, 1,222; ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
13 the sons of Adonikam, 666; ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
14 the sons of Bigvai, 2,056; ବିଗ୍‍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
15 the sons of Adin, 454; ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
16 the sons of Ater, namely of Hezekiah, 98; ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
17 the sons of Bezai, 323; ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।
18 the sons of Jorah, 112; ଯୋରାହର ସନ୍ତାନ ଏକ ଶହ ବାର ଜଣ।
19 the sons of Hashum, 223; ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
20 the sons of Gibbar, 95; ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
21 the men of Bethlehem, 123; ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
22 the men of Netophah, 56; ନଟୋଫାର ଲୋକ ଛପନ ଜଣ।
23 the men of Anathoth, 128; ଅନାଥୋତ୍‍ର ଲୋକ ଏକ ଶହ ଅଠାଇଶ ଜଣ।
24 the men of Azmaveth, 42; ଅସ୍ମାବତ୍‍ର ସନ୍ତାନ ବୟାଳିଶ ଜଣ।
25 the men of Kiriath-arim, Chephirah, and Beeroth, 743; କିରୀୟଥ୍‍-ଯିୟାରୀମ୍‍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
26 the men of Ramah and Geba, 621; ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।
27 the men of Michmas, 122; ମିକ୍‍ମସର ଲୋକ ଏକ ଶହ ବାଇଶ ଜଣ।
28 the men of Bethel and Ai, 223; ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
29 the men of Nebo, 52; ନବୋର ସନ୍ତାନ ବାବନ ଜଣ।
30 the men of Magbish, 156; ମଗ୍‍ବୀଶର ସନ୍ତାନ ଏକ ଶହ ଛପନ ଜଣ।
31 the sons of the other Elam, 1,254; ଅନ୍ୟ ଏଲମ୍‍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
32 the sons of Harim, 320; ହାରୀମ୍‍‍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
33 the men of Lod, Hadid, and Ono, 725; ଲୋଦ୍‍ ଓ ହାଦୀଦ୍‍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
34 the men of Jericho, 345; ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
35 the men of Senaah, 3,630. ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।
36 The priests: the sons of Jedaiah, of the house of Jeshua, 973; ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
37 the sons of Immer, 1,052; ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
38 the sons of Pashhur, 1,247; ପଶ୍‍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
39 the sons of Harim, 1,017. ହାରୀମ୍‍‍ର ସନ୍ତାନ ଏକ ହଜାର ସତର ଜଣ।
40 The Levites: the sons of Jeshua and Kadmiel, of the sons of Hodaviah, 74. ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍‍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41 The singers: the sons of Asaph, 128. ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
42 The gatekeepers: descendants of Shallum, Ater, Talmon, Akkub, Hatita, and Shobai—139 in all. ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍‍ର ସନ୍ତାନ, ଆଟେରର ସନ୍ତାନ, ଟଲ୍‍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
43 The temple servants: the sons of Ziha, the sons of Hasupha, the sons of Tabbaoth, ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44 the sons of Keros, the sons of Siaha, the sons of Padon, କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45 the sons of Lebanah, the sons of Hagabah, the sons of Akkub, ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46 the sons of Hagab, the sons of Shamlai, the sons of Hanan, ହାଗାବର ସନ୍ତାନଗଣ, ଶମ୍‍ଲୟର ସନ୍ତାନଗଣ, ହାନନ୍‍ର ସନ୍ତାନଗଣ;
47 the sons of Giddel, the sons of Gahar, the sons of Reaiah, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48 the sons of Rezin, the sons of Nekoda, the sons of Gazzam, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49 the sons of Uzza, the sons of Paseah, the sons of Besai, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50 the sons of Asnah, the sons of Meunim, the sons of Nephisim, ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51 the sons of Bakbuk, the sons of Hakupha, the sons of Harhur, ବକ୍‍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52 the sons of Bazluth, the sons of Mehida, the sons of Harsha, ବସ୍‍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
53 the sons of Barkos, the sons of Sisera, the sons of Temah, ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54 the sons of Neziah, and the sons of Hatipha. ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
55 The sons of Solomon's servants: the sons of Sotai, the sons of Hassophereth, the sons of Peruda, ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56 the sons of Jaalah, the sons of Darkon, the sons of Giddel, ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57 the sons of Shephatiah, the sons of Hattil, the sons of Pochereth-hazzebaim, and the sons of Ami. ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍‍-ହତ୍‍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58 All the temple servants and the sons of Solomon's servants were 392. ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59 The following came up from Tel-melah, Tel-harsha, Cherub, Addan, and Immer, but could not prove that they or their families were Israelite: ପୁଣି ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60 the sons of Delaiah, the sons of Tobiah, and the sons of Nekoda, 652. ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
61 From the priests' sons: the sons of Habaiah, the sons of Hakkoz, and the sons of Barzillai, who married a daughter of Barzillai the Gileadite and took that family's name. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
62 They searched genealogical records for their names, found none, and were excluded from the priesthood as unclean. ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
63 The governor told them not to eat the most holy food until a priest stood with the Urim and Thummim. ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
64 The whole assembly together numbered 42,360, ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
65 besides their male and female servants, who were 7,337; and they had 200 male and female singers. ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
66 Their horses were 736, their mules 245, ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
67 their camels 435, and their donkeys 6,720. ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।
68 When they reached the house of our Father in Jerusalem, some family heads gave voluntary offerings for the house of our Father, to rebuild it on its site. ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
69 As they were able, they gave the work's treasury 61,000 gold coins, about 6,250 pounds of silver, and one hundred priests' garments. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍‌ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
70 The priests, Levites, some of the people, singers, gatekeepers, and temple servants settled in their towns—all Israel in their towns. ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]