Skip to content
The Believer's Library

Indian Revised Version(IRV) Odia - 2021

Genesis 1 IRVOry

Show IRVOry only
Verse × ×
1 In the beginning, our Heavenly Father created the heavens and the earth. ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
2 The earth was formless and empty; darkness lay over the deep's surface, and the Spirit of our Father was hovering over the waters' surface. ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
3 Then our Father said, "Let there be light," and there was light. ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
4 He saw that the light was good, and he separated the light from the darkness. ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
5 He called the light "day" and called the darkness "night." There was evening, and there was morning—the first day. ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
6 And our Father said, "Let there be an expanse between the waters to separate water from water." ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
7 He made the expanse and separated the water under it from the water above it. And it was so. ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8 He called the expanse "sky." So there was evening, and there was morning—the second day. ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9 Then our Father said, "Let the water under the sky be gathered to one place, and let dry ground appear." And it was so. ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
10 He named the dry ground "land," the gathered waters "seas." And he saw it was good. ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
11 Then he said, "Let the land grow vegetation: seed-bearing plants, fruit trees bearing fruit with seed in it, after its kind." And it was so. ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
12 The land produced vegetation—seed-bearing plants by kind, and trees bearing seed-bearing fruit by kind—and our Father saw that it was good. ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
13 And there was evening, and there was morning—the third day. ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
14 And our Father said, "Let there be lights in the sky's expanse to separate day from night, and serve as signs to mark seasons, days, and years, ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
15 and let them be lights in the sky's expanse, to give light on the earth." And it was so. ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
16 Our Father made two great lights—the greater light to rule the day, the lesser light to rule the night. He also made the stars. ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
17 He set them in the expanse of the sky to give light on the earth, ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
18 to rule the day and the night, and to separate light from darkness. He saw it was good. ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
19 So there was evening, and there was morning—the fourth day. ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
20 Then our Father said, "Let the water swarm with living creatures, and let birds fly above the earth, across the sky's expanse." ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
21 So he created the great sea creatures, every living creature that moves and swarms in the water by its kind, and every winged bird by its kind. And he saw it was good. ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
22 Our Father blessed them and said, "Be fruitful, multiply, fill the waters in the seas, and let birds multiply on earth." ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
23 And there was evening, and there was morning—the fifth day. ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
24 And our Father said, "Let the land produce living creatures by kind: livestock, crawling creatures, and wild animals, each by kind." And it was so. ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
25 He made wild animals by their kind, livestock by their kind, and every creature crawling the ground by its kind. And he saw that it was good. ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
26 Then our Father said, "Let us make humanity in our image, in our likeness, to rule the fish of the sea, the birds of the sky, the livestock, all the earth, and every creature crawling on the ground." ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
27 So our Father created humanity in his own image; in the image of God he created them; male and female he created them. ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
28 Our Father blessed them and said to them, "Be fruitful, multiply, fill the earth and subdue it. Rule the fish of the sea, the birds of the sky, and every living creature that moves on the earth." ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
29 Then he said, "I give you every seed-bearing plant across the whole earth, and every tree with seed-bearing fruit—they will be your food. ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
30 To every animal of the earth, every bird of the sky, everything crawling on the ground with breath of life, I give every green plant for food." And so it happened. ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
31 Our Father saw all he had made, and it was very good. So there was evening, and there was morning—the sixth day. ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]