Skip to content
The Believer's Library

Indian Revised Version(IRV) Odia - 2021

Genesis 10 IRVOry

Show IRVOry only
Verse × ×
1 This is the account of Noah's sons—Shem, Ham, and Japheth. Sons were born to them after the flood. ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
2 The sons of Japheth: Gomer, Magog, Madai, Javan, Tubal, Meshech, and Tiras. ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ।
3 The sons of Gomer: Ashkenaz, Riphath, and Togarmah. ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।
4 The sons of Javan: Elishah, Tarshish, Kittim, and Rodanim. ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
5 From these the coastland peoples divided into their lands, each by language, clan, and nation. ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
6 The sons of Ham: Cush, Mizraim, Put, and Canaan. କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।
7 The sons of Cush: Seba, Havilah, Sabtah, Raamah, and Sabteca. The sons of Raamah: Sheba and Dedan. ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।
8 Cush fathered Nimrod, who was the first mighty man on the earth. ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
9 He was a mighty hunter before God, so they say, "Like Nimrod, a mighty hunter before God." ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”
10 The beginning of his kingdom was Babel, Erech, Accad, and Calneh, in the land of Shinar. ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11 From that land he went out to Assyria and built Nineveh, Rehoboth-Ir, Calah, ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍-ପୁରୀ ଓ କେଲହ,
12 and Resen, between Nineveh and Calah; this is the great city. ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।
13 Mizraim fathered the Ludim, the Anamim, the Lehabim, the Naphtuhim, ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ
14 the Pathrusim, the Casluhim (from whom the Philistines came), and the Caphtorim. ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
15 Canaan fathered Sidon his firstborn, and Heth, ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16 and the Jebusites, the Amorites, the Girgashites, ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ
17 the Hivites, the Arkites, the Sinites, ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18 the Arvadites, the Zemarites, and the Hamathites. Afterward the clans of the Canaanites spread out. ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
19 Canaan's border ran from Sidon toward Gerar to Gaza, and toward Sodom, Gomorrah, Admah, and Zeboiim, to Lasha. ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
20 These are Ham's sons, by their clans, languages, lands, and nations. ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
21 Children were also born to Shem, older brother of Japheth, father of all Eber's descendants. ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
22 The sons of Shem: Elam, Asshur, Arphaxad, Lud, and Aram. ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ।
23 The sons of Aram: Uz, Hul, Gether, and Mash. ଏହି ଅରାମର ସନ୍ତାନ ଊଷ୍‍ ଓ ହୂଲ ଓ ଗେଥର ଓ ମଶ୍‍।
24 Arphaxad fathered Shelah, and Shelah fathered Eber. ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
25 Eber had two sons: one named Peleg, for the earth was divided in his days, and his brother named Joktan. ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।
26 Joktan fathered Almodad, Sheleph, Hazarmaveth, Jerah, ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲଫ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ
27 Hadoram, Uzal, Diklah, ଓ ହଦୋରାମ ଓ ଊଷଲ ଓ ଦିକ୍ଲା
28 Obal, Abimael, Sheba, ଓ ଓବଲ ଓ ଅବୀମାୟେଲ୍ ଓ ଶିବା
29 Ophir, Havilah, and Jobab; all these were the sons of Joktan. ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ।
30 Their territory extended from Mesha toward Sephar, to the hill country of the east. ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31 These are Shem's sons, by their clans, languages, lands, and nations. ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
32 These are the clans of Noah's sons, by their lines of descent, in their nations; from these the nations spread across the earth after the flood. ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]