Skip to content
The Believer's Library

Indian Revised Version(IRV) Odia - 2021

Genesis 11 IRVOry

Show IRVOry only
Verse × ×
1 Now the whole earth had one language and a common speech. ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
2 And as they migrated eastward, they found a plain in the land of Shinar and settled there. ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
3 They said to each other, "Come, let's make bricks and fire them hard." They used brick for stone, tar for mortar. ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
4 Then they said, "Come, let's build us a city and tower with its top in the sky, and make us a name, so we don't scatter over the face of the whole earth." ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
5 But our Father came down to see the city and the tower that the people were building. ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
6 And our Father said, "Look, they are one people with one language, and this is only the start of what they will do. Now nothing they plan to do will be impossible for them. ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
7 Come, let's go down there and scramble their language, so no one understands a neighbor's language." ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
8 So our Father scattered them from there across all the earth's face, and they stopped building the city. ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
9 So it was called Babel, for there our Father confused all the earth's language, and from there scattered them over all the earth's face. ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
10 This is Shem's account: at 100, he fathered Arpachshad, two years after the flood. ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
11 Shem lived 500 years after he fathered Arpachshad, and had other sons and daughters. ଅର୍ଫକ୍ଷଦ ଜନ୍ମିଲା ଉତ୍ତାରେ ଶେମ ପାଞ୍ଚ ଶହ ବର୍ଷ ବଞ୍ଚି ଆଉ ସନ୍ତାନସନ୍ତତି ଜାତ କଲା।
12 When Arpachshad had lived thirty-five years, he fathered Shelah. ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
13 Arpachshad lived 403 years after he fathered Shelah, and had other sons and daughters. ଶେଲହର ଜନ୍ମ ଉତ୍ତାରେ ଅର୍ଫକ୍ଷଦ ଚାରି ଶହ ତିନି ବର୍ଷ ଜୀବିତ ରହି ଆଉ ପୁତ୍ରକନ୍ୟା ଜାତ କଲା।
14 When Shelah had lived thirty years, he fathered Eber. ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
15 Shelah lived 403 years after he fathered Eber, and had other sons and daughters. ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
16 When Eber had lived thirty-four years, he fathered Peleg. ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍‌କୁ ଜାତ କଲା।
17 Eber lived 430 years after he fathered Peleg, and had other sons and daughters. ପେଲଗ୍‌ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
18 When Peleg had lived thirty years, he fathered Reu. ପେଲଗ୍‍ ତିରିଶ ବର୍ଷ ବୟସରେ ରୀୟୂକୁ ଜାତ କଲା।
19 Peleg lived 209 years after he fathered Reu, and had other sons and daughters. ରୀୟୂର ଜନ୍ମ ଉତ୍ତାରେ ପେଲଗ୍‍ ଦୁଇ ଶହ ନଅ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
20 When Reu had lived thirty-two years, he fathered Serug. ରୀୟୂ ବତିଶ ବର୍ଷ ବୟସରେ ସରୁଗକୁ ଜାତ କଲା।
21 Reu lived 207 years after he fathered Serug, and had other sons and daughters. ସରୁଗର ଜନ୍ମ ଉତ୍ତାରେ ରୀୟୂ ଦୁଇ ଶହ ସାତ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
22 When Serug had lived thirty years, he fathered Nahor. ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
23 Serug lived 200 years after he fathered Nahor, and had other sons and daughters. ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
24 When Nahor had lived twenty-nine years, he fathered Terah. ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
25 Nahor lived 119 years after he fathered Terah, and had other sons and daughters. ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
26 When Terah had lived seventy years, he fathered Abram, Nahor, and Haran. ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
27 Now these are the generations of Terah. Terah fathered Abram, Nahor, and Haran; and Haran fathered Lot. ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
28 Haran died in his birthplace, Ur of the Chaldeans, before his father Terah. ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
29 Abram and Nahor married; Abram's wife was Sarai, and Nahor's wife was Milcah, daughter of Haran, who was also the father of Iscah. ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
30 Now Sarai was unable to conceive; she had no children. ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
31 Terah took his son Abram, his grandson Lot son of Haran, and his daughter-in-law Sarai, Abram's wife, and left Ur of the Chaldeans for Canaan; they reached Haran and settled there. ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।
32 Terah lived 205 years, and died in Haran. ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]