Skip to content
The Believer's Library

Indian Revised Version(IRV) Odia - 2021

Genesis 12 IRVOry

Show IRVOry only
Verse × ×
1 Now our Father said to Abram, "Go from your land, your relatives, and your father's house, to the land that I will show you. ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
2 I will make you into a great nation, and I will bless you; I will make your name great, so that you will be a blessing. ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
3 I will bless those who bless you, and whoever curses you I will curse; and through you all the families of the earth will be blessed." ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
4 Abram went as our Father told him, and Lot went with him. Abram was seventy-five when he left Haran. ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
5 Abram took his wife Sarai, his nephew Lot, all the possessions they had gathered, and the people they had acquired in Haran, and set out for the land of Canaan, and came to the land of Canaan. ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
6 Abram passed through the land to the site of Shechem, to the oak of Moreh. The Canaanites were then in the land. ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
7 Then our Father appeared to Abram and said, "To your offspring I will give this land." So Abram built an altar there to our Father, who appeared to him. ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
8 From there he moved to the hill country east of Bethel and pitched his tent, Bethel to the west, Ai to the east. He built an altar there to our Father and called on our Father's name. ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
9 Then Abram continued on his way, journeying toward the Negev. ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
10 Since famine struck the land, Abram went down to Egypt to stay there, for the famine was severe in the land. ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
11 Nearing Egypt, he said to his wife Sarai, "I know you are a beautiful woman. ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
12 When the Egyptians see you, they'll say, 'This is his wife,' and kill me but keep you alive. ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।
13 Please say you're my sister, so it goes well for me because of you, and I stay alive for your sake." ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
14 When Abram entered Egypt, the Egyptians saw that the woman was very beautiful. ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
15 Pharaoh's officials saw her, praised her to Pharaoh, and the woman was taken into Pharaoh's palace. ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
16 He treated Abram well for her sake, and Abram acquired sheep, cattle, male and female donkeys, male and female servants, and camels. ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
17 But our Father struck Pharaoh and his household with severe plagues because of Sarai, Abram's wife. ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
18 Pharaoh summoned Abram: "What is this you've done to me? Why didn't you tell me she was your wife? ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
19 Why did you say, 'She's my sister,' so I took her as my wife? Here's your wife now—take her and go." ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
20 Pharaoh ordered his men about Abram, and they sent him off with his wife and all he owned. ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]