Skip to content
The Believer's Library

Indian Revised Version(IRV) Odia - 2021

Genesis 13 IRVOry

Show IRVOry only
Verse × ×
1 Abram went up from Egypt to the Negev, he, his wife, all he had, and Lot with him. ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
2 Now Abram had become very rich in livestock, in silver, and in gold. ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।
3 He went by stages from the Negev to Bethel, to the place between Bethel and Ai where his tent stood before, ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
4 and where he had first built an altar. There Abram called on the name of our Father. ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
5 Now Lot, who was traveling with Abram, also had flocks and herds and tents. ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
6 The land could not support them living together; their possessions were too great to stay together. ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
7 A quarrel arose between Abram's herders and Lot's herders. The Canaanites and Perizzites were living in the land at that time. ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
8 Abram said to Lot, "Let's not quarrel—you and me, or your herders and mine—we're brothers. ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
9 Isn't the whole land before you? Please, separate from me: if left, I'll go right; if right, I'll go left." ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
10 Lot looked up and saw that the whole Jordan plain toward Zoar was well watered everywhere—like our Father's garden, like Egypt's land. (This was before our Father destroyed Sodom and Gomorrah.). ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
11 Lot chose the whole Jordan plain for himself and traveled eastward; the two parted from each other. ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
12 Abram lived in the land of Canaan; Lot lived among the cities of the plain and pitched tents as far as Sodom. ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
13 Now the people of Sodom were wicked, sinning greatly against our Father. ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
14 After Lot parted from him, our Father told Abram, "Look up from where you stand: north, south, east, and west. ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
15 For all the land that you see I will give to you and to your children forever. କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
16 I will make your children like the dust of the earth—if the dust of the earth can be counted, so can your children. ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
17 Get up, walk the land's length and breadth, for I am giving it to you." ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
18 Abram pitched his tents, went and settled by the oaks of Mamre at Hebron, and built an altar there to our Father. ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]