Skip to content
The Believer's Library

Indian Revised Version(IRV) Odia - 2021

Genesis 16 IRVOry

Show IRVOry only
Verse × ×
1 Sarai, Abram's wife, had borne him no children. She had an Egyptian servant named Hagar. ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
2 Sarai told Abram, "Look, our Father has kept me from bearing children. Go sleep with my servant; maybe I'll build a family through her." Abram did as Sarai said. ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
3 After Abram had lived in Canaan ten years, Sarai his wife took her Egyptian servant Hagar and gave her to her husband Abram as a wife. ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
4 He slept with Hagar; she conceived, and seeing she was pregnant, she despised her mistress. ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।
5 Sarai said to Abram, "My wrong is on you. I gave my servant into your arms; now she sees she's pregnant, she despises me. May our Father judge between me and you." ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
6 Abram told Sarai, "Your servant is in your hands; do to her what seems good to you." Sarai mistreated her, and she fled from her presence. ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
7 The messenger of our Father found Hagar at the wilderness spring, the spring on the way to Shur. ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍‍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
8 "Hagar, Sarai's servant," he said, "where have you come from, and where are you going?" "I'm running away from my mistress Sarai," she replied. “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
9 "Go back to your mistress," the messenger of our Father told her, "and submit to her authority." ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
10 The messenger of our Father told her, "I will multiply your descendants until they can't be counted." ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
11 The messenger of our Father also said to her: "You are now pregnant and will give birth to a son. You will name him Ishmael, for I have heard of your misery. ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
12 He will be a wild donkey of a man, his hand against everyone and everyone's hand against him, and he will live in hostility toward all his brothers." ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
13 She named our Father who spoke to her, "You are El Roi—my God who sees me," for she said, "I have now seen the One who sees me." ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
14 That is why the well was called Beer-lahai-roi; it lies between Kadesh and Bered. ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
15 So Hagar bore Abram a son, and Abram named the son she had borne Ishmael. ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।
16 Abram was eighty-six years old when Hagar bore him Ishmael. ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]