Skip to content
The Believer's Library

Indian Revised Version(IRV) Odia - 2021

Genesis 17 IRVOry

Show IRVOry only
Verse × ×
1 When Abram was ninety-nine years old, our Father appeared to him and said, "I am El Shaddai—your Father Almighty. Walk before me and be blameless. ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
2 And I will make my covenant between me and you, and I will multiply you exceedingly." ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”
3 Then Abram fell on his face, and our Father spoke with him, saying: ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
4 "As for me, my covenant is with you, and you will become father of a multitude of nations. “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।
5 Your name will no longer be Abram, but Abraham, for I have made you father of a multitude of nations. ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।
6 I will make you extremely fruitful; I will turn you into many nations, and kings will come from you. ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।
7 I will establish my covenant between me and you and your descendants after you, for all generations—an everlasting covenant—to be Father to you and your descendants after you. ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
8 I will give you and your descendants after you the land where you live as a foreigner—all the land of Canaan—as an eternal possession; and I will be their Father." ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”
9 Then our Father said to Abraham, "As for you: keep my covenant, you and your children after you, throughout their generations. ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।
10 This is my covenant to keep, between me and you and your descendants after you: every male among you must be circumcised. ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
11 Circumcise the flesh of your foreskin; it will be the sign of the covenant between me and you. ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
12 Every male among you, generation after generation, must be circumcised at eight days old—whether born in your house or bought with silver from a foreigner not your own offspring. ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।
13 Everyone born in your house or bought with your money must be circumcised. My covenant will be in your flesh, an everlasting covenant. ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।
14 Any uncircumcised male not circumcised in his foreskin's flesh will be cut off from his people—he has broken my covenant." ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
15 Then our Father said to Abraham, "Don't call your wife Sarai anymore—her name is Sarah. ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
16 I will bless her and indeed give you a son by her. I will bless her—she will become nations; kings of peoples will come from her." ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।”
17 Abraham fell on his face, laughing, and said to himself, "Can a son be born to a man who is one hundred years old? Can ninety-year-old Sarah give birth?" ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”
18 Then Abraham said to our Father, "If only Ishmael might live in your presence!" ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।”
19 But our Father said, "No, your wife Sarah will bear you a son, and you will name him Isaac. I will confirm my covenant with him, an everlasting covenant for his descendants after him. ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
20 As for Ishmael, I have heard you. I will bless him, make him fruitful, and multiply him exceedingly. He will father twelve leaders, and I will make him into a great nation. ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।
21 But I will confirm my covenant with Isaac, whom Sarah will bear you at this time next year." ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”
22 When he had finished speaking with Abraham, our Father went up from him. ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
23 Then Abraham took Ishmael his son, everyone born in his household, and everyone bought with his money—every male in Abraham's household—and circumcised the flesh of their foreskins that very day, as our Father had told him. ଏଥିଉତ୍ତାରେ ଅବ୍ରହାମ ଆପଣା ପୁତ୍ର ଇଶ୍ମାୟେଲକୁ ଓ ଆପଣା ଗୃହଜାତ ଓ ମୂଲ୍ୟକ୍ରୀତ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଅବ୍ରହାମଙ୍କର ଗୃହସ୍ଥିତ ପ୍ରତ୍ୟେକ ପୁରୁଷକୁ ଘେନି ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେହି ଦିନ ସମସ୍ତଙ୍କ ଲିଙ୍ଗାଗ୍ର ଚର୍ମ ଛେଦନ କଲେ।
24 Abraham was ninety-nine years old when he was circumcised in the flesh of his foreskin. ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
25 His son Ishmael was thirteen when he was circumcised in the flesh of his foreskin. ପୁଣି, ତାଙ୍କର ପୁତ୍ର ଇଶ୍ମାୟେଲର ତେର ବର୍ଷ ବୟସରେ ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।
26 On that very day Abraham and Ishmael his son were circumcised. ଏହିରୂପେ ଏକ ଦିନରେ ଅବ୍ରହାମଙ୍କର ଓ ତାଙ୍କ ପୁତ୍ର ଇଶ୍ମାୟେଲର ସୁନ୍ନତ ହେଲା।
27 All the men of his household—house-born and bought with silver from a foreigner—were circumcised with him. ପୁଣି, ତାଙ୍କ ଗୃହଜାତ ଓ ବିଦେଶୀୟମାନଙ୍କ ନିକଟରୁ ମୂଲ୍ୟକ୍ରୀତ ତାଙ୍କ ଗୃହସ୍ଥ ସମସ୍ତ ପୁରୁଷର ସୁନ୍ନତ ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]