Skip to content
The Believer's Library

Indian Revised Version(IRV) Odia - 2021

Genesis 18 IRVOry

Show IRVOry only
Verse × ×
1 Now our Father appeared to Abraham at the oaks of Mamre while he sat at his tent's entrance in the day's heat. ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।
2 He looked up and saw three men standing near him. Seeing them, he ran from his tent entrance to meet them and bowed to the ground. ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବାମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,
3 He said, "My Sovereign Father, if I have found favor with you, please don't pass by your servant. “ହେ ପ୍ରଭୋ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।
4 Let a little water be brought to wash your feet and rest under the tree. ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
5 Let me bring a piece of bread so you can refresh yourselves before you go on, since you've come to your servant." They said, "Do as you've said." ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”
6 Abraham hurried into the tent to Sarah and said, "Quick, take about twenty-five pounds of fine flour, knead it, and make bread." ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”
7 Abraham ran to the herd, took a tender, good calf, and gave it to the servant, who hurried to prepare it. ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।
8 He took curds, milk, and the calf that had been prepared, set them before the men, then stood by them under the tree while they ate. ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।
9 They asked him, "Where is Sarah your wife?" "There, in the tent," he said. ତହିଁ ଉତ୍ତାରେ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”
10 Then our Father said, "I will certainly return to you at this time next year, and Sarah your wife will have a son." Sarah listened at the tent entrance behind him. ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ।” ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।
11 Abraham and Sarah were old, advanced in years; Sarah had stopped menstruating. ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।
12 Sarah laughed within herself, saying, "After I'm worn out, will I have pleasure, my lord being old too?" ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
13 Then our Father said to Abraham, "Why did Sarah laugh, saying, 'Will I really bear a child, old as I am?' ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା?
14 Is anything too hard for your Father? I will return to you at the appointed time next year, and Sarah will have a son." ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”
15 Sarah denied it, saying, "I didn't laugh," for she was afraid. He said, "No, you did laugh." ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
16 The men set out from there and looked down toward Sodom, and Abraham walked with them to see them off. ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।
17 Now our Father said, "Will I hide from Abraham what I am about to do, ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା?
18 since Abraham will surely become a great and mighty nation, and all earth's nations will be blessed through him? ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ।
19 For I have chosen him, so that he will direct his children and his household after him to keep my way by doing what is right and just, so that I may fulfill what I have promised Abraham." ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”
20 Then our Father said, "The cry against Sodom and Gomorrah is great, and their sin very serious, ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର;
21 that I will go down and see whether they have done entirely as the outcry reaching me claims; if not, I will know." ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
22 So the men turned from there and went toward Sodom, while Abraham remained standing before our Father. ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।
23 Then Abraham drew near and said, "Will you really sweep away the righteous along with the wicked? ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ?
24 Suppose fifty righteous are in the city—will you really sweep it away, not sparing the place for the sake of the fifty righteous in it? ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?
25 Far be it from you to kill the righteous with the wicked, treating them alike! Far be it from you! Won't the Judge of all the earth do justice?" ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”
26 Our Father said, "If I find fifty righteous within the city of Sodom, I'll spare the whole place for them." ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।”
27 Abraham said, "I have dared to speak to my Sovereign Father, though only dust and ashes. ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି।
28 Suppose the fifty righteous lack five. Will you destroy the whole city for five?" And our Father said, "I won't destroy it if I find forty-five there." ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
29 He spoke to him again: "Suppose forty are found there." He said, "For forty's sake I won't do it." ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।”
30 Abraham said, "May my Sovereign Father not be angry, and let me speak. Suppose thirty are found there." He said, "I will not do it if I find thirty there." ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।”
31 Abraham said, "Since I have dared to speak to my Sovereign Father, suppose only twenty are found there." He said, "For twenty's sake, I will not destroy it." ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
32 Then he said, "May my Sovereign Father not be angry, let me speak just once more: suppose only ten are found there." And our Father said, "For ten's sake, I will not destroy it." ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।”
33 When our Father finished speaking with Abraham, he left; Abraham returned to his place. ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]