Skip to content
The Believer's Library

Indian Revised Version(IRV) Odia - 2021

Genesis 2 IRVOry

Show IRVOry only
Verse × ×
1 So the heavens and the earth were completed in all their vast array. ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
2 By the seventh day our Father had completed his work, and he rested on the seventh day from everything he had made. ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
3 And our Father blessed the seventh day, making it holy, because on it he rested from all the work of creation he had done. ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
4 This is the history of the heavens and the earth when they were created, when our Father made earth and heavens. ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
5 No shrub of the field yet existed on the earth, no plant of the field had yet sprouted, for our Father had not sent rain on the earth, and there was no man to work the ground, ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
6 but springs came up from the earth and watered the whole surface of the ground. ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
7 Then our Father formed the man from dust of the ground, breathed into his nostrils the breath of life, and the man became a living person. ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
8 Then our Father planted a garden in Eden, in the east, and put there the man he had formed. ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
9 From the ground our Father grew every tree lovely to see and good to eat, with the tree of life in the garden's center and the tree of knowing good and evil. ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
10 A river flowed from Eden to water the garden; from there it divided into four rivers. ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।
11 The first is named Pishon; it flows around all the land of Havilah, where gold is found. ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
12 The gold of that land is good; aromatic resin and onyx are also there. ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
13 The name of the second river is the Gihon; it winds through the entire land of Cush. ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
14 The third river's name is Tigris, flowing east of Assyria. The fourth river is the Euphrates. ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
15 Our Father took the man and set him in the garden of Eden to work it and guard it. ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
16 And our Father commanded the man, "You are free to eat from any tree in the garden; ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
17 but you must not eat from the tree of knowledge of good and evil, for you will surely die the day you eat from it." ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
18 Then our Father said, "It is not good for the man to be alone. I will make a helper matching him." ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
19 From the ground our Father formed every field animal and every sky bird, then brought each to the man to see what he'd name it. Whatever the man named each living creature, that was its name. ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
20 The man named all livestock, birds of the sky, and all wild animals, but for Adam no helper matching him was found. ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
21 So our Father made the man fall into a deep sleep, and while he slept, took one of his ribs and closed the flesh over it. ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
22 Then our Father built a woman from the rib he took from the man, and brought her to the man. ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
23 The man said, "At last! This is bone of my bones and flesh of my flesh; she will be called 'woman,' for she was taken out of man." ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
24 So a man leaves his father and mother, joins his wife, and they become one flesh. ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
25 The man and his wife were both naked, and they were not ashamed. ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]