Skip to content
The Believer's Library

Indian Revised Version(IRV) Odia - 2021

Genesis 20 IRVOry

Show IRVOry only
Verse × ×
1 Abraham traveled from there to the Negev, settled between Kadesh and Shur, and lived as a foreigner in Gerar. ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।
2 Abraham said of Sarah, his wife, "She is my sister." So Abimelech king of Gerar sent for her and took Sarah. ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
3 But our Father came to Abimelech in a dream that night: "You are as good as dead because of the woman you took, for she is a married woman." ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
4 Abimelech had not gone near her. He said, "Sovereign God, would you destroy even an innocent nation? ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
5 Didn't he himself tell me, 'She's my sister'? And she herself also said, 'He's my brother.' I did this with a sincere heart and innocent hands." ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
6 Then our Father said to him in the dream, "Yes, I know you did this with integrity of heart, and I have kept you from sinning against me—that's why I didn't let you touch her. ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
7 Now return the man's wife, for he's a prophet who will pray for you, and you'll live. If you don't return her, know you will surely die, you and all who are yours." ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
8 Abimelech rose early that morning, called all his servants, and told them all that had happened; the men were badly frightened. ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
9 Abimelech summoned Abraham and asked, "What have you done to us? How did I sin against you, that you brought a great sin on me and my kingdom? You've done to me what should never be done." ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
10 Abimelech also said to Abraham, "What did you have in mind, that you did such a thing?" ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କʼଣ ଦେଖି ଏରୂପ କର୍ମ କଲ?”
11 Abraham said, "I thought: surely there's no fear of our Father here, and they will kill me for my wife." ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।
12 Besides, she truly is my sister, my father's daughter but not my mother's, and she became my wife. ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
13 When our Father made me wander from my father's house, I told her: Show me this kindness—wherever we go, say of me, "He is my brother." ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
14 Abimelech took sheep, cattle, and male and female servants, gave them to Abraham, and returned Sarah his wife to him. ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।
15 Abimelech said, "My land is open to you; settle wherever you please." ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”
16 And to Sarah he said, "Look, I am giving your brother 1,000 pieces of silver. This is to cover the wrong done to you in the eyes of all who are with you; before everyone you are fully cleared." ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”
17 Abraham prayed to our Father, who healed Abimelech, his wife, and his female servants, so they could bear children again, ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
18 for our Father had completely closed up every womb in Abimelech's household because of Sarah, Abraham's wife. ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]