Skip to content
The Believer's Library

Indian Revised Version(IRV) Odia - 2021

Genesis 21 IRVOry

Show IRVOry only
Verse × ×
1 Now our Father visited Sarah, just as he had said, and did for her what he had promised. ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
2 Sarah conceived, bore Abraham a son in his old age, at the set time our Father had promised him. ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
3 Abraham named the son Sarah had borne him Isaac. ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।
4 Abraham circumcised his son Isaac at eight days old, as our Father had commanded him. ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
5 Abraham was one hundred years old when his son Isaac was born to him. ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।
6 Sarah said, "our Father made me laugh; everyone who hears will laugh with me." ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”
7 She added, "Who would have told Abraham that Sarah would nurse children? Yet I've borne him a son in his old age." ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
8 The child grew and was weaned; the day Isaac was weaned, Abraham threw a great feast. ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
9 But Sarah saw the son whom Hagar the Egyptian had borne to Abraham, and he was mocking. ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
10 She said to Abraham, "Drive out this slave woman and her son; this slave woman's son will never inherit with my son Isaac." ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
11 This troubled Abraham deeply, because it concerned his son. ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
12 But our Father said to Abraham, "Don't be upset about the boy and your slave woman. Listen to Sarah in all she tells you, for your offspring will be named through Isaac. ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
13 I will also make the slave woman's son a nation, since he is your offspring." ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
14 Early next morning Abraham took bread and a skin of water, gave them to Hagar, put them on her shoulder along with the child, and sent her away. She left and wandered the wilderness of Beersheba. ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
15 When the water in the waterskin was gone, she put the boy under one of the bushes. ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।
16 She went and sat down about a bowshot away, for she said, "I can't watch the boy die." Then she sat there, lifted her voice, and wept. ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
17 Our Father heard the boy's voice; his messenger called to Hagar from heaven: "What's wrong, Hagar? Don't be afraid—our Father has heard the boy's voice where he lies. ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
18 Get up, lift the boy and take him by the hand, for I will make him a great nation." ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
19 Then our Father opened her eyes; she saw a well of water, went and filled the waterskin, then gave the boy a drink. ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
20 Our Father was with the boy as he grew up. He lived in the wilderness and became an archer. ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
21 He lived in the wilderness of Paran, and his mother got him a wife from Egypt. ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।
22 At that time, Abimelech and Phicol, commander of his army, said to Abraham, "God is with you in all you do. ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
23 Now swear to me here by God that you won't betray me, my children, or my descendants. Show me and this land where you've lived as a foreigner the same kindness I've shown you." ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
24 Abraham said, "I swear it." ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”
25 Then Abraham complained to Abimelech about a well of water that Abimelech's servants had seized. ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
26 Abimelech replied, "I don't know who did this. You didn't tell me, and I only heard of it today." ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
27 Abraham took sheep and cattle and gave them to Abimelech, and the two made a covenant. ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।
28 Abraham set apart seven ewe lambs from the flock, ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।
29 and Abimelech asked Abraham, "What is the meaning of these seven ewe lambs you have set apart?" ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”
30 He replied, "Accept these seven ewe lambs from me as proof that I dug this well." ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
31 So that place was called Beersheba, because there the two of them swore an oath. ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
32 So they made a covenant at Beersheba. Then Abimelech and Phicol, his army commander, returned to Philistine land. ଏହିରୂପେ ସେମାନେ ବେର୍‍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
33 Abraham planted a tamarisk in Beersheba, and there he called on the name of our Father, El Olam—our everlasting Father. ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
34 And Abraham stayed in the land of the Philistines for a long time. ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]