Skip to content
The Believer's Library

Indian Revised Version(IRV) Odia - 2021

Genesis 22 IRVOry

Show IRVOry only
Verse × ×
1 Some time later, our Father tested Abraham. He said to him, "Abraham!" "Here I am," Abraham replied. ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”
2 Then our Father said, "Take your son, your only son, whom you love—Isaac. Go to the land of Moriah and offer him there as a burnt offering on one of the mountains I will name." ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
3 Early next morning Abraham saddled his donkey, took two of his young men and his son Isaac, split the wood for the burnt offering, and set out for the place our Father had told him about. ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
4 On the third day Abraham looked up and saw the place in the distance. ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
5 He told his young men, "Stay here with the donkey. The boy and I will go over there, worship, and return to you." ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
6 Abraham took the burnt offering wood and laid it on his son Isaac, carrying the fire and knife himself. The two walked on together. ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
7 Isaac said to his father Abraham, "My father?" "Here I am, my son," Abraham replied. "The fire and wood are here," Isaac said, "but where is the lamb for the burnt offering?" ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”
8 Abraham answered, "Our Father himself will provide the lamb for the burnt offering, my son." And the two walked on together. ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
9 When they reached the place our Father had told him about, Abraham built the altar, arranged the wood, tied up his son Isaac, and laid him on the altar atop the wood. ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍‌ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
10 Then Abraham reached out his hand and took the knife to kill his son. ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
11 But our Father's messenger called to him from heaven, "Abraham! Abraham!" "Here I am," he answered. ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
12 "Don't lay a hand on the boy," he said. "Do nothing to him. Now I know you fear me, since you haven't held back your son, your only son, from me." ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
13 Abraham looked up and saw a ram behind him, caught by its horns in a thicket. He went, took the ram, and offered it as a burnt offering instead of his son. ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
14 Abraham named that place "The Father Will Provide," meaning "our Father will provide." To this day it is said, "On his mountain it will be provided." ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
15 The messenger of our Father called to Abraham from heaven a second time, ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
16 and said, "I swear by myself, declares our Father: because you have done this and not held back your son, your only son, “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
17 I will surely bless you and surely multiply your offspring like the stars of the sky and the sand on the seashore. Your offspring will possess the gate of his enemies, ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
18 and through your offspring all nations of the earth will be blessed, because you obeyed my voice." ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
19 Abraham returned to his young men, and they set out together for Beersheba. Abraham settled in Beersheba. ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।
20 Some time later, Abraham was told, "Milcah too has borne sons to your brother Nahor: ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
21 Uz the firstborn, Buz his brother, Kemuel (the father of Aram), ତାହାର ଜ୍ୟେଷ୍ଠ ପୁତ୍ର ଊଷ୍‍ ଓ ତାହାର ଭ୍ରାତା ବୂଷ୍‍ ଓ ଅରାମର ପିତା କମୂୟେଲ,
22 Chesed, Hazo, Pildash, Jidlaph, and Bethuel." ପୁଣି, କେଷଦ୍‍ ଓ ହସୋ ଓ ପିଲଦଶ୍‍ ଓ ଯିଦ୍‍ଲଫ୍‍ ଓ ବଥୂୟେଲ।
23 Bethuel became the father of Rebekah. These were the eight sons Milcah bore to Nahor, Abraham's brother. ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
24 Nahor's concubine, whose name was Reumah, also bore children: Tebah, Gaham, Tahash, and Maacah. ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍‍, ତହଶ୍‍ ଓ ମାଖା, ଏମାନେ ଜାତ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]