Skip to content
The Believer's Library

Indian Revised Version(IRV) Odia - 2021

Genesis 24 IRVOry

Show IRVOry only
Verse × ×
1 Now Abraham was old, well advanced in years, and our Father had blessed Abraham in everything. ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।
2 Abraham said to his oldest servant, who managed all he owned, "Please put your hand under my thigh, ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;
3 I will have you swear by the Father of heaven and earth, not to take a wife for my son from the Canaanites' daughters, among whom I live, ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
4 but go to my country and relatives, and get a wife for my son Isaac." ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”
5 The servant asked him, "What if the woman won't follow me to this land? Must I take your son back to the land you left?" ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”
6 Abraham said to him, "See to it that you do not take my son back there. ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”
7 Our Father, the Father of heaven, who took me from my father's house and the land of my relatives, who spoke to me and swore to me, 'I will give this land to your offspring'—he will send his angel ahead of you, and you will take a wife for my son from there. “ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
8 But if she won't follow you, you're released from this oath of mine; only don't take my son back there." ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”
9 The servant put his hand under Abraham his master's thigh and swore to him about this. ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।
10 The servant took ten of his master's camels, and all his master's good things in hand, and set out for Aram-naharaim, the city of Nahor. ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।
11 He had the camels kneel outside the city by the water well at evening, when women go out to draw water. ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
12 Then he prayed, "Father of my master Abraham, please grant me success today, and show your faithful love to my master Abraham. ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
13 Here I stand by the spring of water, and daughters of the town's men are coming out to draw water. ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
14 Let the young woman I say this to—'Please tip your jar so I may drink'—and who answers, 'Drink, and I will water your camels too'—be the one you have appointed for your servant Isaac. That is how I will know you have shown faithful love to my master." ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”
15 Before he finished speaking, Rebekah came out—daughter of Bethuel, son of Milcah, wife of Nahor, Abraham's brother—her jar on her shoulder. ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
16 The girl was very beautiful, a virgin no man had known. She went down to the spring, filled her jar, and came up. ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
17 The servant ran to meet her, saying, "Please let me sip a little water from your jar." ଏପରି ସମୟରେ ସେହି ଦାସ ଦୌଡ଼ିଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
18 "Drink, my lord," she said, and quickly lowered her jar from her shoulder and gave him a drink. ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
19 When she finished giving him a drink, she said, "I'll draw water for your camels too, until they finish drinking." ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”
20 She quickly emptied her jar into the trough, ran again to the well, and drew water for all his camels. ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
21 The man watched her silently, to know if our Father made his journey succeed, or not. ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
22 When the camels finished drinking, the man took a gold nose ring weighing about a fifth of an ounce, and two gold bracelets for her wrists weighing about four ounces, ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
23 and said, "Whose daughter are you? Please tell me, is there room in your father's house for us to spend the night?" “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?”
24 She answered him, "I am the daughter of Bethuel, the son Milcah bore to Nahor." ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”
25 She also said, "We have plenty of both straw and feed, and room to spend the night." ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”
26 Then the man bowed down and worshiped our Father. ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,
27 He said, "Blessed be our Father, the Father of my master Abraham, who has not abandoned his faithful love and faithfulness toward my master. As for me, he led me on the journey to my master's relatives' house." “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
28 Then the young woman ran and told her mother's household about these things. ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
29 Now Rebekah had a brother named Laban, and Laban ran out to the man at the spring. ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।
30 Seeing the nose ring and bracelets on his sister's wrists, and hearing his sister Rebekah say, "The man told me this," he went out to the man—there he was, standing by the camels at the spring. ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
31 He said, "Come in, blessed of God. Why stand outside? I've prepared the house and a place for the camels." “ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”
32 The man entered the house, and the camels were unloaded. Straw and feed were given to the camels, and water to wash his feet and the feet of the men with him. ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
33 Food was set before him, but he said, "I won't eat until I've said what I have to say." "Go on," said Laban. ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”
34 So he said, "I am Abraham's servant. ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।
35 Our Father has greatly blessed my master and made him wealthy, giving him flocks, herds, silver, gold, male and female servants, camels, and donkeys. ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।
36 Sarah, my master's wife, bore him a son in her old age; Abraham has given Isaac all he owns. ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।
37 My master made me swear, 'Don't take a wife for my son from the Canaanite women whose land I live in, ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
38 but go to my father's house, to my relatives, and take a wife for my son.' ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’
39 I said to my master, 'Perhaps the woman will not follow me.' ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, ‘କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।’
40 But he said to me, 'Our Father, before whom I have walked, will send his angel with you and make your journey succeed, and you will take a wife for my son from my clan and from my father's house. ତହିଁରେ ସେ କହିଲେ, ‘ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
41 Then you'll be free of my oath once you reach my family; if they refuse to give her to you, you'll be free of my oath.' ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’
42 Today when I came to the spring, I said, 'Father of my master Abraham, if you will make my journey succeed, ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,
43 here I am, standing by the spring of water. So when a young woman comes out to draw water and I say to her, "Please give me a little water from your jar to drink," ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;
44 and she says to me, "Drink, and I'll draw water for your camels too"—let her be the woman our Father appointed for my master's son.' ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।’
45 Before I finished praying in my heart, Rebekah came out, her jar on her shoulder, went down to the spring, and drew water. I said to her, 'Please let me drink.' ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’
46 Quickly lowering her jar from her shoulder, she said, 'Drink—I'll water your camels too.' So I drank, and she watered the camels too. ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, ‘ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି;’ ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।
47 I asked, 'Whose daughter are you?' She said, 'Bethuel's daughter, son of Nahor, whom Milcah bore him.' Then I put the ring on her nose and the bracelets on her wrists. ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।
48 I bowed and worshiped our Father, and blessed the Father of my master Abraham, who led me on the true path to take the daughter of my master's relative for his son. ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।
49 Now, if you will deal in faithful love and truth with my master, tell me; if not, tell me, so I can turn right or left." ଏହେତୁ ତୁମ୍ଭେମାନେ ଯଦି ମୋʼ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।
50 Laban and Bethuel answered, "This is from God; we can't say good or bad. ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।
51 Rebekah is before you; take her and go—let her be your master's son's wife, as our Father has spoken." ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”
52 When Abraham's servant heard their words, he bowed down to the ground before our Father. ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।
53 The servant brought out silver and gold objects and clothing, gave them to Rebekah, and gave costly gifts to her brother and mother. ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।
54 He and the men with him ate, drank, and spent the night there. In the morning they rose, and he said, "Send me to my master." ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”
55 But her brother and her mother said, "Let the young woman stay with us ten days or so; then she may go." ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”
56 But he said, "Don't delay me—our Father has made my journey succeed. Send me away, let me go to my master." ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”
57 They said, "Let us call the young woman and ask her about it." ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”
58 They called Rebekah and asked, "Will you go with this man?" "I will go," she said. ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”
59 So they sent off their sister Rebekah and her nurse, along with Abraham's servant and his men. ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।
60 They blessed Rebekah, saying, "Our sister, may you become mother of thousands upon thousands; may your offspring capture the cities of those who hate them." ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
61 Rebekah and her attendants got up, mounted the camels, and followed the man. So the servant took Rebekah and went on. ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।
62 Now Isaac had come from Beer-lahai-roi, for he was living in the Negev. ସେହି ସମୟରେ ଇସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।
63 Isaac went out to meditate in the field at evening; looking up, he saw camels coming. ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।
64 Rebekah also looked up, and when she saw Isaac, she got down from her camel. ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।
65 She asked the servant, "Who is that man walking across the field to meet us?" "My master," he answered. So she took her veil and covered herself. ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।
66 Then the servant told Isaac everything he had done. ଏଥିଉତ୍ତାରେ ସେହି ଦାସ ଇସ୍‌ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।
67 Isaac brought her into his mother Sarah's tent, married Rebekah, and loved her. So Isaac was comforted after his mother's death. ସେତେବେଳେ ଇସ୍‌ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‌ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]