Skip to content
The Believer's Library

Indian Revised Version(IRV) Odia - 2021

Genesis 25 IRVOry

Show IRVOry only
Verse × ×
1 Abraham married another wife, whose name was Keturah. ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2 She gave birth to Zimran, Jokshan, Medan, Midian, Ishbak, and Shuah. ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3 Jokshan fathered Sheba and Dedan. The sons of Dedan were the Asshurites, the Letushites, and the Leummites. ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4 Midian's sons: Ephah, Epher, Hanoch, Abida, and Eldaah—all sons of Keturah. ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5 Abraham gave all that he had to Isaac. ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।
6 Abraham gave gifts to the sons of his concubines, then sent them away from his son Isaac while he was still alive, eastward to the east country. ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
7 Abraham lived 175 years in all. ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।
8 Abraham breathed his last, dying at a good old age, an old man full of years, and joined his people. ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
9 His sons Isaac and Ishmael buried him in the cave of Machpelah, in Ephron son of Zohar the Hittite's field near Mamre. ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10 The field that Abraham had bought from the Hittites. There Abraham was buried, with Sarah his wife. ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11 After the death of Abraham, our Father blessed his son Isaac. And Isaac settled near Beer-lahai-roi. ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
12 This is the family record of Ishmael, Abraham's son, whom Hagar the Egyptian, Sarah's servant, bore to Abraham. ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
13 These are the names of Ishmael's sons, by name, in birth order: Nebaioth, Ishmael's firstborn, then Kedar, Adbeel, Mibsam, ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
14 Mishma, Dumah, Massa, ମିଶ୍ମା ଓ ଦୂମା ଓ ମସା,
15 Hadad, Tema, Jetur, Naphish, and Kedemah. ଓ ହଦଦ୍‍ ଓ ତେମା ଓ ଯିଟୁର ଓ ନାଫୀଶ୍‍ ଓ କେଦମା।
16 These are Ishmael's sons, these their names by their villages and encampments—twelve princes according to their tribes. ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
17 Ishmael lived 137 years, then breathed his last, died, and joined his people. ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18 They settled from Havilah to Shur, east of Egypt toward Assyria; Ishmael lived in hostility toward all his relatives. ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
19 This is the family line of Isaac, Abraham's son: Abraham fathered Isaac. ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;
20 Isaac was forty years old when he married Rebekah, daughter of Bethuel the Aramean of Paddan-aram, sister of Laban the Aramean. ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
21 Isaac prayed to our Father for his wife, since she was barren; our Father granted it, and his wife Rebekah conceived. ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22 But the children struggled together within her, and she said, "If this is how it is, why is this happening to me?" So she went to ask our Father. ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23 And our Father said to her: "Two nations are in your womb; two peoples from within you will be divided: one will be stronger than the other, and the older will serve the younger." ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
24 When the time came for her to give birth, there were twins in her womb! ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25 The first came out red, his whole body like a hairy garment; so they named him Esau. ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
26 Then his brother came out, with his hand grasping Esau's heel, so he was named Jacob. Isaac was sixty years old when she bore them. ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
27 The boys grew up. Esau became a skilled hunter, a man of the field; Jacob was quiet, living in tents. ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
28 Isaac loved Esau, because he had a taste for wild game, but Rebekah loved Jacob. ଇସ୍‌ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29 Jacob was cooking stew when Esau came in from the field, and he was famished. ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
30 Esau said to Jacob, "Let me gulp down this red stew—I'm famished!" That's why he was named Edom. ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।
31 Jacob said, "Sell me your birthright now." ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
32 Esau said, "Look, I am about to die; what good is a birthright to me?" ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”
33 Jacob said, "Swear to me first." So he swore to him and sold his birthright to Jacob. ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
34 Jacob gave Esau bread and lentil stew; he ate, drank, got up, and left—Esau despised his birthright. ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]