Skip to content
The Believer's Library

Indian Revised Version(IRV) Odia - 2021

Genesis 26 IRVOry

Show IRVOry only
Verse × ×
1 Now there was a famine in the land, besides the earlier famine that occurred in the days of Abraham. So Isaac went to Abimelech king of the Philistines, to Gerar. ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
2 Our Father appeared to him and said, "Do not go down to Egypt; settle in the land that I will tell you about. ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
3 Stay in this land, and I will be with you and bless you, for I will give all these lands to you and your offspring, and I will fulfill the oath that I swore to Abraham your father. ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
4 I will multiply your offspring like the stars in the sky and will give to your offspring all these lands, and through your offspring all the nations of the earth will be blessed, ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।
5 because Abraham obeyed my voice and kept my charge, my commandments, my statutes, and my laws." ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”
6 So Isaac settled in Gerar. ତହିଁରେ ଇସ୍‌ହାକ ଗରାରଠାରେ ବାସ କଲେ।
7 The local men asked about his wife, and he answered, "She's my sister"—afraid to say "my wife," thinking, "The men here would kill me over Rebekah, since she's beautiful." ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
8 When Isaac had been there a long time, Abimelech king of the Philistines looked down through a window and saw Isaac caressing his wife Rebekah. ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍‌ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ।
9 So Abimelech summoned Isaac and said, "She is certainly your wife! How could you say, 'She is my sister'?" Isaac said to him, "Because I thought I might die because of her." ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”
10 Abimelech said, "What have you done to us? One of the people might easily have slept with your wife, and you'd have brought guilt on us." ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
11 Abimelech ordered all the people, "Whoever touches this man or his wife will surely be put to death." ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
12 Isaac sowed in that land and reaped a hundredfold that year, because our Father blessed him. ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13 The man grew rich and kept growing richer until he became very wealthy. ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14 He had flocks and herds and a large household of servants, so that the Philistines envied him. ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15 The Philistines had filled in every well his father's servants dug in his father Abraham's days. ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16 Abimelech said to Isaac, "Leave us—you've grown far too strong for us." ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
17 So Isaac left there and camped in the Valley of Gerar, and he settled there. ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
18 Isaac redug the water wells dug in his father Abraham's days, which the Philistines plugged after Abraham died, and called them by the names his father had called them. ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
19 But when Isaac's servants dug in the valley and found there a well of fresh spring water, ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
20 Gerar's herders argued with Isaac's herders, saying, "The water is ours." He named the well Esek, for they argued with him. ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
21 Then they dug another well, and they quarreled over that one too, so he named it Sitnah. ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।
22 From there he moved and dug another well; they did not quarrel over it, so he named it Rehoboth, saying, "Now our Father has made room for us; we will be fruitful in the land." ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
23 From there he went up to Beersheba. ଏଥିଉତ୍ତାରେ ସେ ସେହି ସ୍ଥାନରୁ ବେର୍‍ଶେବାକୁ ଗଲେ।
24 That night our Father appeared to him and said, "I am the God of your father Abraham. Don't be afraid, for I am with you. I will bless you and multiply your offspring, for my servant Abraham's sake." ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
25 There he built an altar and called on the name of our Father, pitched his tent, and there Isaac's servants dug a well. ଏଥିଉତ୍ତାରେ ଇସ୍‌ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
26 Abimelech came to him from Gerar with Ahuzzath his adviser and Phicol, head of his army. ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।
27 Isaac said to them, "Why come to me, since you hated me and sent me away from you?" ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”
28 They said, "We clearly saw that God has been with you, so we said, 'Let there be an oath between us—between you and us—and let us make a covenant with you, ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;
29 that you'll do us no harm—just as we didn't touch you but did you only good—and sent you away in peace. You are now blessed by God.'" ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
30 So Isaac made them a feast, and they ate and drank. ସେତେବେଳେ ଇସ୍‌ହାକ ସେମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନପାନ କଲେ।
31 Early the next morning they swore an oath to each other; Isaac sent them off, and they left him in peace. ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍‌ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ।
32 That day Isaac's servants came and told him about the well they'd dug and said, "We found water!" ସେହି ଦିନ ଇସ୍‌ହାକଙ୍କର ଦାସମାନେ ଆସି ଆପଣାମାନଙ୍କ ଖୋଦିତ କୂପ ବିଷୟରେ ସମ୍ବାଦ ଦେଇ ତାଙ୍କୁ କହିଲେ, “ଆମ୍ଭେମାନେ ଜଳ ପାଇଅଛୁ।”
33 So he named it Shibah; therefore the name of the city is Beersheba to this day. ଏହେତୁ ସେ ସେହି କୂପର ନାମ ଶୀବା ରଖିଲେ, ପୁଣି, ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନଗର ବେର୍‍ଶେବା ନାମରେ ଖ୍ୟାତ ଅଟେ।
34 At forty, Esau married Judith daughter of Beeri the Hittite, and Basemath daughter of Elon the Hittite. ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।
35 And they were a source of grief to Isaac and Rebekah. ମାତ୍ର ସେମାନେ ଇସ୍‌ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]